ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାର ଗୁରୁ ଦାୟିତ୍ଵ ରହିଛି । ସେମାନଙ୍କ ଲେଖନୀ ମୁନରେ ହିଁ ଏ ସ୍ଵପ୍ନ ସାକାର ହୋଇପାରିବ । ଏଣୁ ସେମାନଙ୍କୁ ସମ୍ମାନିତ କରିବା, ସେମାନଙ୍କ କାର୍ଯ୍ୟ ଓ ଦକ୍ଷତାକୁ ସ୍ଵୀକୃତି ଦେବା ଉଦ୍ଦେଶ୍ୟ ନେଇ ଶୁକ୍ରବାର ବରଗଡ଼ ପିଏମଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ସହଯୋଗରେ ଜିଲାସ୍ତରୀୟ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଓଡ଼ିଆ ଜାତୀୟତା, ସଂସ୍କୃତି ଏବଂ ପରମ୍ପରା ଆଧାରିତ ଓଡ଼ିଆ କବିତା ଲିଖନ, ଓଡ଼ିଆ ଗଳ୍ପ ଲିଖନ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ଜିଲାର ବିଭିନ୍ନ ମହାବିଦ୍ୟାଳୟର ୩୦୦ରୁ ଊର୍ଦ୍ଧ୍ଵ ଛାତ୍ରୀଛାତ୍ରମାନେ ଭାଗ ନେଇ ନିଜ ଗଳ୍ପ, ପ୍ରବନ୍ଧ ଏବଂ କବିତା ମଧ୍ୟମରେ ନିଜ କଳ୍ପନାର ପରିପ୍ରକାଶ କରିଥିଲେ l ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶ୍ରୀକ୍ଷୟିତ୍ରୀ ଶାନ୍ତି ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ସମ୍ମିଳନୀରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲାର ବିଶିଷ୍ଠ ସାହିତ୍ୟିକ, ଲେଖକ, ଗାଳ୍ପିକ ଦିବ୍ୟ କିଶୋର ଦେବତା, ମାନରଞ୍ଜନ ମେହେର, ପାର୍ବତୀଗିରି ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଦୀପ ହୋତା, ସରକାରୀ ମହା ବିଦ୍ୟାଳୟ, ବଲାଙ୍ଗିରର ପୂର୍ବତନ ଅଧ୍ୟକ୍ଷ ଡଃ ଅଶୋକ ମହାପାତ୍ର, ଭରପ୍ରାପ୍ତ ଜିଲା ସଂସ୍କୃତି ଅଧିକାରୀ ଶ୍ରୀ ତାହିର ହୁସେନ ଏବଂ ଜିଲା ଇ-ପ୍ରଶାସନ ଅଧିକାରୀ ମସ୍ତରାମ ଛନ୍ଦ ପ୍ରମୁଖ ଯୋଗଦେଇ ଯୁବ ଲେଖକଙ୍କୁ ଉତ୍ସାହିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

ତାମିଲନାଡ଼ୁରେ ସରକାର ଗଢ଼ିବେ ଥଲାପତି ବିଜୟ, ରାଜ୍ୟପାଳଙ୍କୁ ଭେଟିଲେ TVK ମୁଖ୍ୟ

ଚେନ୍ନାଇ,୬।୫:  ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri