କନିଷ୍ଠ ଶିକ୍ଷକ ଚୟନ ପ୍ରାର୍ଥୀଙ୍କ ଧାରଣା

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ): ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ରାୟର ୫ ମାସ ପରେ ମଧ୍ୟ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କନିଷ୍ଠ ଶିକ୍ଷକ ପାଇଁ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି ଦେଉନାହିଁ। ପ୍ରତିବାଦରେ କନିଷ୍ଠ ଶିକ୍ଷକ ଆଶାୟୀମାନେ ମଙ୍ଗଳବାର ଭୁବନେଶ୍ୱର ଲୋୟର ପିଏମ୍‌ଜିଠାରେ ଧାରଣାରେ ବସିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପରୀକ୍ଷା ନେଲ, ସିଲେକ୍ଟ କଲ, ଚାକିରି ନ ଦେଇ ଭଣ୍ଡେଇ ଦେଲ…ଭଳି ବିଭିନ୍ନ ପ୍ରକାର ସ୍ଲୋଗାନ ଦେଇ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି। ସଂଘ ସଭାପତି କସ୍‌ମନ ମେହେର କହିଛନ୍ତି,
ଏନ୍‌ଆଇଓଏସ୍‌ ଡି.ଇଏଲ୍‌.ଇ.ଡି କୋର୍ସ କରିଥିବା ଛାତ୍ରୀଛାତ୍ର ଜୁନିଅର ଟିଚର ସ୍କିମାଟିକ୍ସ (ଜେଟିଏସ୍‌) ୨୦୨୩ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଚାକିରି ପାଇଁ ଚୟନ ହୋଇଥିଲେ। ହେଲେ ଏହି ପ୍ରାର୍ଥୀଙ୍କ ଡକ୍ୟୁମେଣ୍ଟ ଭେରିଫିକେଶନ ସମୟରେ ଡି.ଇଏଲ୍‌.ଇ.ଡି. କୋର୍ସକୁ ରିଜେକ୍ସନ କରାଯାଇଥିଲା। ଏହା ବିରୋଧରେ ଚୟନ ହୋଇଥିବା ପ୍ରାର୍ଥୀମାନେ ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାପରେ ନ୍ୟାୟାଳୟ ଡି.ଇଏଲ୍‌.ଇ.ଡି. କୋର୍ସକୁ ବୈଧ ଘୋଷଣା କରିଥିଲେ। ଏହି ବୈଧ ଘୋଷଣା ପରେ ବିଭିନ୍ନ ରାଜ୍ୟରେ ଏହି ବର୍ଗର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଥିବା ବେଳେ ଆମ ରାଜ୍ୟରେ ଡବଲ ଇଞ୍ଜିନ ସରକାର କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତିକୁ ସରକାର ଅଣଦେଖା କରୁଛନ୍ତି। ଏ ବିଷୟରେ ଚୟିତ ପ୍ରାର୍ଥୀମାନେ ବାରମ୍ବାର ଓସେପା ଓ ଗଣଶିକ୍ଷା ବିଭାଗ ସହ ଯୋଗାଯୋଗ କରିଥିଲେ ସୁଦ୍ଧା ବିଭାଗ ତରଫରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ତେବେ ପୋଲିସ ସହଯୋଗରେ ଧାରଣାସ୍ଥଳରୁ ଏକ ପ୍ରତିନିଧି ଦଳ ଲୋକସେବା ଭବନସ୍ଥିତ ଗଣଶିକ୍ଷା ବିଭାଗ କାର୍ଯ୍ୟାଳୟକୁ ଯାଇ ସ୍ବତନ୍ତ୍ର ସଚିବ ଗିରିଶ ପ୍ରସାଦଙ୍କ ସହ ସାକ୍ଷାତ କରିଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ତେବେ ଆସନ୍ତା ୭ ରୁ ୧୫ ଦିନ ମଧ୍ୟରେ ନିଯୁକ୍ତି ପ୍ରଦାନ କରା ନ ଗଲେ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇବା ସହ ଆମରଣ ଅନଶନ କରିବେ ବୋଲି ସଂଘ ସଭାପତିଙ୍କ ସହ କାର୍ଯ୍ୟକର୍ତ୍ତା ଅମ୍ବିକା ପ୍ରିୟଦର୍ଶିନୀ, ନାରାୟଣ ବିଶ୍ବାଳ, ସନ୍ତୋଷ କୁମାର ସ୍ବାଇଁ, ଚିତ୍ତରଞ୍ଜନ ସିଂ, ହରିନାଦ ଦାସ, ବନଶ୍ରୀ କାନନିକା ମହାନ୍ତି ପ୍ରମୁଖ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri