ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାର ନେଇ ଧାରଣା,

ମୋରଡ଼ା,୧୫ା୯(ସ୍ମାରକ ମାଜୀ): ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାରକୁ ନେଇ ଅଭିଭାବକମାନେ ବିଦ୍ୟାଳୟ ଶ୍ରେଣୀ ଗୃହ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଡାକୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାଳବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍‌ ୩୮ ଜଣ ଛାତ୍ରୀଛାତ୍ର ପାଠ ପଢ଼ୁଥିବା ବେଳେ ମାଳତୀ ତ୍ରିପାଠୀ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଭାବେ ଦାୟିତ୍ୱରେ ଅଛନ୍ତି। ସହକାରୀ ଶିକ୍ଷକ ଭାବେ ତୃପ୍ତିରେଖା ରାଉତ ଥିବାବେଳେ କଣ୍ଠାଳିଆ ସରକାରୀ ବିଦ୍ୟାଳୟର ଶିକ୍ଷକ ରାଣୀ ମୁର୍ମୁ ଡେପୁଟେଶନରେ ଆସି ଉକ୍ତ ବିଦ୍ୟାଳୟରେ ପାଠ ପଢ଼ାଉଛନ୍ତି। ପ୍ରଧାନଶିକ୍ଷୟିତ୍ରୀ ମାଳତୀ ତ୍ରିପାଠୀ ଉଲିଡିହି ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିବା ବେଳେ ୪ ବର୍ଷ ପୂର୍ବେ ସେ ଡାକୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଡେପୁଟେଶନରେ ଆସି ପ୍ରଧାନଶିକ୍ଷୟିତ୍ରୀର ଦାୟିତ୍ୱ ନେଇ ପିଲାଙ୍କୁ ପାଠ ପଢ଼ାଉଛନ୍ତି । ତେବେ ମାଳତୀଙ୍କୁ ବର୍ତ୍ତମାନ ତାଙ୍କର ପୋଷ୍ଟିଂ ବିଦ୍ୟାଳୟ ଉଲିଡିହିକୁ ବଦଳି କରାଯାଇଛି, ଯାହାକୁ ନେଇ ଅଭିଭାବକମାନେ ଆଜି ଧାରଣାରେ ବସିଛନ୍ତି। ମାଳତୀଙ୍କ ବଦଳିକୁ ସ୍ଥଗିତ କରାଯାଇ ସେ ଡାକୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ କରନ୍ତୁ ବୋଲି କହିଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ କ୍ଷୀତିଶ କୁମାର ବେହେରା, ରୀତା ବେହେରା, ବାସନ୍ତୀ ହେମ୍ବ୍ରମ, ମନୋରଞ୍ଜନ ସେଠୀ। ଅଭିଭାବକମାନେ ବିଦ୍ୟାଳୟ ଶ୍ରେଣୀ ଗୃହ ଆଗରେ ବସି ରହିଥିବାରୁ ଆସିଥିବା ଛାତ୍ରୀଛାତ୍ର ବାରଣ୍ଡାରେ ବସିଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri