ଶିମିଳିପାଳ ପାଦଦେଶରେ ଅଫିମଚାଷ

ବାରିପଦା, ୨୫ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଚାଲିଥିଲା ଅଫିମ ଚାଷ। ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଶନିବାର ଚଢାଉ କରି ଦୁଇଟି ସ୍ଥାନରେ ହୋଇଥିବା ୧୩ହଜାର ଅଫିମ ଗଛକୁ ପୋଡି ନଷ୍ଟ କରିଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୨୬ଲକ୍ଷ ୧୩ହଜାର ଟଙ୍କା ହେବ। ଏ ସଂକ୍ରାନ୍ତରେ ପୋଲିସ ପୃଥକ ମାମଲା ରୁଜୁ କରିଥିବା ବେଳେ କାହାରିକୁ ଗିରଫ କରିବାରେ ସଫଳ ହୋଇପାରିନାହିଁ।
ଯଶୀପୁର ଥାନା ଅଧୀନ ଶିମିଳିପାଳ ସଂଲଗ୍ନ ପଡାଗଡ ପଞ୍ଚାୟତର ବୁନ୍ଦେଇପୋଷି ଓ ଧଳବଣି ପଞ୍ଚାୟତର ଠାକୁରଗୋଡା ଗ୍ରାମରେ ଅଫିମ ଚାଷ ହୋଇଥିବା ପୋଲିସ ଖବର ପାଇଥିଲା। ମୟୂରଭଞ୍ଜ ଏସ୍‌ପି ଏସ୍‌. ସୁଶ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା। ମାଜିଷ୍ଟ୍ରେଟ ଭାବେ ଯଶୀପୁର ତହସିଲଦାରଙ୍କ ନେତୃତ୍ୱରେ କରଞ୍ଜିଆ ଏସ୍‌ଡିପିଓ, ଯଶୀପୁର ଆଇଆଇସି, ଅବକାରୀ ଓ ବନବିଭାଗ ସଦଳବଳେ ପଡାଗଡ ପଞ୍ଚାୟତର ବୁନ୍ଦେଇପୋଷି ଗ୍ରାମରେ ପହଞ୍ଚି ୭ ଡିସିମିଲ ଜମିରେ ୩ହଜାର ଅଫିମ ଗଛକୁ ଓପାଡି ପୋଡି ନଷ୍ଟ କରିଥିଲେ। ଯାହାର ବଜାର ମୂଲ୍ୟ ୬ଲକ୍ଷ ଟଙ୍କା। ସେହିପରି ଧଳବଣି ପଞ୍ଚାୟତ ଠାକୁରଗୋଡା ଗ୍ରାମରେ ପହଞ୍ଚି ୨୧ ଡିସିମିଲ ଜମିରେ ୧୦ହଜାର ଅଫିମ ଗଛକୁ ପୋଡି ନଷ୍ଟ କରିଛନ୍ତି। ଯାହାର ବଜାର ମୂଲ୍ୟ ୨୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏନେଇ ଯଶୀପୁର ପୋଲିସ ପକ୍ଷରୁ ଏନଡିପିଏସ୍‌ ଆକ୍ଟରେ ପୃଥକ ମାମଲା ରୁଜୁ ସହିତ ମିଳିତ ବିଭାଗର କର୍ମଚାରୀ ଗୋଟି ଗୋଟି ଗଛ ଓପାଡି ଠୁଳ କରି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କିରୋସିନ ଢାଳି ନିଆଁ ଲଗାଇ ନଷ୍ଟ କରିଛନ୍ତି। ଘଟଣାରେ କାହାରିକୁ ଗିରଫ କରାଯାଇ ନ ଥିବା ପୋଲିସ ଡିଏସ୍‌ପି ଦୋଳମଣି ଭୋଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ଶିକାର ଓ ଶିକାରୀଙ୍କ ଉପରେ ଅଙ୍କୁଶ ଆଣିବା ପାଇଁ ଯୁଗ୍ମ ଟାସ୍କଫୋର୍ସ ନିୟୋଜନ ସହିତ ବ୍ୟାପକ ଧରପଗଡ ପରେ ରେକର୍ଡ ସଂଖକ ବନ୍ଧୁକ ଜବତ କରାଯାଉଥିବା ବେଳେ ଶିମିଳିପାଳ ସଂଲଗ୍ନ ଅଞ୍ଚଳରେ ଅଫିମ ଚାଷ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri