ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା। ୩୦ଲକ୍ଷ ଟଙ୍କାର ଅଫିମ ଗଛ ନଷ୍ଟ କରିବା ସହ ଦୁଇଜଣ  ବଳରାମ ମୁଣ୍ଡାରୀ(୩୨) ଓ ବୁଦରାମ  ହରେ(୨୩)ଙ୍କୁ ପୋଲିସ ଗିରଫ କରିଥିଲା।
ସନ୍ଧ୍ୟାରେ କୋଇଡା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା ସମୟରେ କୌଶଳକ୍ରମେ ବଳରାମ ମୁଣ୍ଡାରୀ ଫେରାର ହେବାରେ ସକ୍ଷମ ହୋଇଥିଲେ । ବଳରାମ ଦୌଡ଼ିବା ବେଳେ ପୋଲିସ ପକ୍ଷରୁ ୪ରାଉଣ୍ଡ ଗୁଳିଚାଳନା  କରାଯାଇଥିଲା। ହେଲେ ପୋଲିସ  ତାଙ୍କୁ କାବୁ କରିବାରେ ସକ୍ଷମ ହୋଇ ପାରି ନ ଥିଲା ।
ଏତେ ସୁରକ୍ଷା ବଳୟ ଥାଇ ମଧ୍ୟ କିପରି ଅଭିଯୁକ୍ତ ଫେରାର ହୋଇଗଲେ ତାହା କୋଇଡାବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବଣାଇର ପୂର୍ବତନ ବିଧାୟକ ଭୀମସେନ ଚୌଧୁୁରୀଙ୍କୁ  ପଚାରିବାରୁ ସେ କହିଲେ, ପୋଲିସ ହାତରୁ ଅଭିଯୁକ୍ତ ଫେରାର ହେବା ବଡ଼ ଦୁଃଖର ବିଷୟ। ପୋଲିସର ନିଷ୍କ୍ରିୟତା ଓ ଅବହେଳା ଯୋଗୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ଏ ନେଇ ଆମେ ବଣାଇ ଉପଖଣ୍ଡୟ ପୋଲିସ ଅଧିକାରୀ ରାମଚନ୍ଦ୍ର ବିଶ୍ୱାଳଙ୍କୁ ପଚାରିବାରୁ କହିଲେ ଯେ ମେଡିିକାଲରୁ ଡେଇଁ ପଳାଇଗଲେ। ଖୁବ୍‌ ଶୀଘ୍ର ଅଭିଯୁକ୍ତଙ୍କୁ ଧରାଯିବ ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri