ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା ସହ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବା ଦଳ ଅଭିଯୋଗ କରିଛି।

‘ଡବଲ ଇଞ୍ଜିନ’ ସରକାର ଆସିଲେ ‘ଡବଲ ବିକାଶ’ ହେବ ବୋଲି ସ୍ଲୋଗାନ ଦିଆଯାଇଥିଲା। ମାତ୍ର ବାସ୍ତବରେ ରାଜ୍ୟର GSDP ଅଭିବୃଦ୍ଧି ହାର ୯.୬ ପ୍ରତିଶତରୁ ୭.୨ ପ୍ରତିଶତକୁ ଖସି ଆସିଛି। ସେହିପରି ଶିଳ୍ପ ଅଭିବୃଦ୍ଧି ହାର ୮.୭ ପ୍ରତିଶତରୁ ୬.୧ ପ୍ରତିଶତକୁ ହ୍ରାସ ପାଇଥିବା ବିଜେଡି ଦାବି କରିଛି।

ରାଜ୍ୟରେ ବେକାରୀ ହାର ବୃଦ୍ଧି ପାଇ ୩.୯ ପ୍ରତିଶତରେ ପହଞ୍ଚିଛି। ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସରକାର ବିଫଳ ହୋଇଛନ୍ତି। ସେହିପରି ବିଜେଡି ଅଭିଯୋଗ କରିଛି ଯେ ବିଜେପି ସରକାରଙ୍କ ନୀତି ଯୋଗୁଁ ବଡ଼ ବଡ଼ ଶିଳ୍ପ ସଂସ୍ଥା ଓଡ଼ିଶା ଛାଡ଼ି ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି।

JSW ଗ୍ରୁପ୍‌ର ୪୦,୦୦୦ କୋଟି ଟଙ୍କାର ଇଭି (EV) ବ୍ୟାଟେରୀ ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତର ହୋଇଛି। ଆରସେଲର ମିତ୍ତଲ ନିପନ ଷ୍ଟିଲ୍‌ର ୧ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ କେନ୍ଦ୍ରାପଡ଼ାରୁ ଆନ୍ଧ୍ରପ୍ରଦେଶକୁ ଚାଲିଯାଇଛି। ଏହା ସହ ସେମିକଣ୍ଡକ୍ଟର ଓ ସୋଲାର ପ୍ରକଳ୍ପ ମଧ୍ୟ ଓଡ଼ିଶା ହାତରୁ ଖସି ଯାଇଛି।

ବିଜେଡି କହିବା ମୁତାବକ, ରାଜ୍ୟକୁ ମିଳୁଥିବା କେନ୍ଦ୍ରୀୟ ସହାୟତାରେ ୧୮.୧୯ ପ୍ରତିଶତ ହ୍ରାସ ଘଟିଛି।

ଏଥିସହିତ ବିଜେଡି କହିଛି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୟରେ ‘ମେକ୍ ଇନ୍ ଓଡ଼ିଶା’ ଜରିଆରେ ଯେଉଁ ପୁଞ୍ଜିନିବେଶର ଅନୁକୂଳ ବାତାବରଣ ସୃଷ୍ଟି ହୋଇଥିଲା, ତାହା ଏବେ ନଷ୍ଟ ହୋଇଯାଇଛି। ସରକାର କେବଳ ପୋଷ୍ଟର ଓ ପ୍ରଚାରରେ ସୀମିତ ନରହି ବାସ୍ତବ କ୍ଷେତ୍ରରେ କାମ କରନ୍ତୁ ବୋଲି ଦଳ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri