Posted inଜାତୀୟ

ମହାକାଶ କାର୍ଯ୍ୟକ୍ରମରେ ଘରୋଇ କ୍ଷେତ୍ରକୁ ସୁଯୋଗ

ନୂଆଦିଲ୍ଲୀ,୨୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ମହାକାଶ କ୍ଷେତ୍ରରେ ବଡ଼ ସଂସ୍କାର ଆଣିବା ଲାଗି ଐତିହାସିକ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟର ଏହି ଅନୁମୋଦନ ଫଳରେ ମହାକାଶ ସମ୍ପତ୍ତି ସମସ୍ତଙ୍କ ପାଇଁ ମୁକ୍ତ ରହିବ ଏବଂ ମହାକାଶ କାର୍ଯ୍ୟକ୍ରମର ସବୁ ବିଭାଗରେ ଘରୋଇ ସେକ୍ଟର ଅଂଶଗ୍ରହଣ କରିବାର ସୁଯୋଗ ପାଇବେ। ଏଥିପାଇଁ ଇଣ୍ଡିଆନ ନ୍ୟାଶନାଲ ସ୍ପେସ୍‌ ପ୍ରମୋଶନ ଆଣ୍ଡ ଅଥରାଇଜେଶନ (ଆଇଏନ୍‌-ସ୍ପେସ୍‌) ନାମରେ ନୂଆ ମହାକାଶ ବୋର୍ଡ ପ୍ରତିଷ୍ଠା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। କ୍ୟାବିନେଟ ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି, ଭାରତକୁ ଆତ୍ମନିର୍ଭର କରିବା ସହ ପ୍ରଯୁକ୍ତି କ୍ଷେତ୍ରରେ ଅତ୍ୟାଧୁନିକ କରାଇବା ନେଇ ପ୍ରଧାନମନ୍ତ୍ରୀଙ୍କର ସ୍ବପ୍ନକୁ ସାକାର କରିବା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଛି। ନୂତନ ବୋର୍ଡ ଘରୋଇ କମ୍ପାନୀଗୁଡ଼ିକୁ ଭାରତୀୟ ମହାକାଶ ଭିତ୍ତିଭୂମି ବ୍ୟବହାର କରିବା ଲାଗି ସମାନ ସୁବିଧା ଯୋଗାଇଦେବ ବୋଲି ମହାକାଶ ବିଭାଗ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଉତ୍ସାହପୂର୍ଣ୍ଣ ନୀତି ଏବଂ ଅନୁକୂଳ ନିୟାମକ ପରିବେଶ ମାଧ୍ୟମରେ ବୋର୍ଡ ଘରୋଇ ସଂସ୍ଥାଗୁଡ଼ିକର କାର୍ଯ୍ୟକୁ ମାର୍ଗଦର୍ଶନ ଦେବ। ତେବେ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପୂର୍ବଭଳି କାର୍ଯ୍ୟ କରିବ ଏବଂ ନବଗଠିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟୁ ସ୍ପେସ୍‌ ଇଣ୍ଡିଆ ଲିଃ (ଏନ୍‌ଏସ୍‌ଆଇଏ)ର ଭୂମିକା ବଢ଼ିବ ବୋଲି ଜିତେନ୍ଦ୍ର କହିଛନ୍ତି। ସଂସ୍କାର ଫଳରେ ଇସ୍ରୋ ଗବେଷଣା ଓ ବିକାଶ କାର୍ଯ୍ୟ, ନୂତନ ପ୍ରଯୁକ୍ତି, ମହାକାଶକୁ ମାନବ ପ୍ରେରଣ କାର୍ଯ୍ୟକ୍ରମ ଉପରେ ଅଧିକ ଧ୍ୟାନ ଦେବ। ଗ୍ରହ ସମ୍ବନ୍ଧୀୟ କେତେକ ଆବିଷ୍କାର କାର୍ଯ୍ୟକ୍ରମରେ ଘରୋଇ ସେକ୍ଟରକୁ ମଧ୍ୟ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ।
ମହାକାଶ ସେକ୍ଟରରେ ସଫଳତା ହାସଲ କରିଥିବା ଅଳ୍ପ କେତୋଟି ଦେଶ ମଧ୍ୟରେ ଭାରତ ରହିଛି। ନୂଆ ସଂସ୍କାର ଫଳରେ ଏହି କ୍ଷେତ୍ରକୁ ଅଧିକ ଶକ୍ତି ଓ ଗତିଶୀଳତା ମିଳିବ, ଯାହା ଦେଶକୁ ମହାକାଶ କାର୍ଯ୍ୟକ୍ରମର ପରବର୍ତ୍ତୀ ପର୍ଯ୍ୟାୟକୁ ଯିବାରେ ସହାୟକ ହେବ। ଏହା କେବଳ ମହାକାଶ ସେକ୍ଟରର ବିକାଶକୁ ତ୍ୱରାନ୍ବିତ କରିବ ତାହା ନୁହେଁ, ବିଶ୍ୱ ମହାକାଶ ଅର୍ଥନୀତିରେ ଭାରତୀୟ ଶିଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବାରେ ସହାୟକ ହୋଇପାରିବ। ଫଳରେ ପ୍ରଯୁକ୍ତି କ୍ଷେତ୍ରରେ ବିପୁଳ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ଭାରତ ବିଶ୍ୱ ପ୍ରଯୁକ୍ତିର ପାଓ୍ବାରହାଉସ୍‌ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri