‘ମତ୍ସ୍ୟ ଉତ୍ପାଦନ ବୃଦ୍ଧି ସୁଯୋଗ ଅଛି’

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଓଡ଼ିଶାରେ ମତ୍ସ୍ୟ ଉତ୍ପାଦନ ଏବଂ ରପ୍ତାନି ବୃଦ୍ଧିର ବ୍ୟାପକ ସୁଯୋଗ ରହିଛି। ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ମତ୍ସ୍ୟ ସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସରକାର ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ପାଇଁ ଲକ୍ଷ୍ୟ ରଖିଥିବା ବେଳେ ମାଛଚାଷ ଏଥିରେ ସହାୟକ ହୋଇପାରୁଛି ବୋଲି କହିଛନ୍ତି କୃଷିମନ୍ତ୍ରୀ ଅରୁଣ କୁମାର ସାହୁ। ଗୁରୁବାର ମଧ୍ୟାହ୍ନରେ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳପଡ଼ିଆରେ ଆୟୋଜିତ ‘କୃଷି ଓଡ଼ିଶା-୨୦୨୧’ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା କହିଛନ୍ତି। ଏହି ଅବସରରେ ମନ୍ତ୍ରୀ ୬୫ ଜଣ ନୂତନ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ।
ନିଜ ଅଭିଭାଷଣରେ ମନ୍ତ୍ରୀ କହିଲେ, ରାଜ୍ୟରେ ୪୮୦ କିଲୋମିଟର ଦୀର୍ଘ ସମୁଦ୍ର ଉପକୂଳ, ୬.୮୬ ଲକ୍ଷ ହେକ୍ଟର ମଧୁର ଜଳ, ୪.୧୮ ଲକ୍ଷ ହେକ୍ଟର ଲୁଣାପାଣି ଅଞ୍ଚଳ ରହିଛି। ପ୍ରାୟ ୧୪.୬୪ ଲକ୍ଷ ଲୋକ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ମତ୍ସ୍ୟ କ୍ଷେତ୍ର ସହିତ ଜଡ଼ିତ ଅଛନ୍ତି। ବୈଜ୍ଞାନିକ ପଦ୍ଧତିରେ ମାଛ ଉତ୍ପାଦନ ବଢ଼ାଇବା, ରପ୍ତାନି ବୃଦ୍ଧି କରିବା ସହ ଅଧିକରୁ ଅଧିକ ବୈଦେଶିକ ମୁଦ୍ରା ଅର୍ଜନ କରିବା ଆମର ଲକ୍ଷ୍ୟ। ଗତ ୨୦ ବର୍ଷରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ୨.୫୯ ଲକ୍ଷ ମେଟ୍ରିକ୍‌ ଟନ୍‌ରୁ ୮.୧୬ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ମତ୍ସ୍ୟ ରପ୍ତାନି ୩୭୯ କୋଟିରୁ ୩୨୪୩ କୋଟି ଟଙ୍କାକୁ ବଢ଼ିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ନବନିଯୁକ୍ତ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ କର୍ତ୍ତବ୍ୟ ପରାୟଣ ହେବାକୁ ସେ ପରାମର୍ଶ ଦେଇଛନ୍ତି। ବିଭାଗର କମିଶନର ଆର୍‌. ରଘୁପ୍ରସାଦ କହିଛନ୍ତି, ରାଜ୍ୟରେ ବିସ୍ତୃତ ଲୁଣା ଅଞ୍ଚଳରେ ମତ୍ସ୍ୟ ଉତ୍ପାଦନ ଏବଂ ରପ୍ତାନି ଲାଗି ଭରପୂର ସୁଯୋଗ ରହିଛି। ନବନିଯୁକ୍ତ ଅଧିକାରୀମାନେ ମତ୍ସ୍ୟସମ୍ପଦ ବିକାଶ କ୍ଷେତ୍ରରେ ନୂତନ ଜ୍ଞାନକୌଶଳ ଓ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଉପରେ ଧ୍ୟାନ ଦେବା ଆବଶ୍ୟକ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri