‘ମତ୍ସ୍ୟ ଉତ୍ପାଦନ ବୃଦ୍ଧି ସୁଯୋଗ ଅଛି’

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଓଡ଼ିଶାରେ ମତ୍ସ୍ୟ ଉତ୍ପାଦନ ଏବଂ ରପ୍ତାନି ବୃଦ୍ଧିର ବ୍ୟାପକ ସୁଯୋଗ ରହିଛି। ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ମତ୍ସ୍ୟ ସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସରକାର ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ପାଇଁ ଲକ୍ଷ୍ୟ ରଖିଥିବା ବେଳେ ମାଛଚାଷ ଏଥିରେ ସହାୟକ ହୋଇପାରୁଛି ବୋଲି କହିଛନ୍ତି କୃଷିମନ୍ତ୍ରୀ ଅରୁଣ କୁମାର ସାହୁ। ଗୁରୁବାର ମଧ୍ୟାହ୍ନରେ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳପଡ଼ିଆରେ ଆୟୋଜିତ ‘କୃଷି ଓଡ଼ିଶା-୨୦୨୧’ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା କହିଛନ୍ତି। ଏହି ଅବସରରେ ମନ୍ତ୍ରୀ ୬୫ ଜଣ ନୂତନ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ।
ନିଜ ଅଭିଭାଷଣରେ ମନ୍ତ୍ରୀ କହିଲେ, ରାଜ୍ୟରେ ୪୮୦ କିଲୋମିଟର ଦୀର୍ଘ ସମୁଦ୍ର ଉପକୂଳ, ୬.୮୬ ଲକ୍ଷ ହେକ୍ଟର ମଧୁର ଜଳ, ୪.୧୮ ଲକ୍ଷ ହେକ୍ଟର ଲୁଣାପାଣି ଅଞ୍ଚଳ ରହିଛି। ପ୍ରାୟ ୧୪.୬୪ ଲକ୍ଷ ଲୋକ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ମତ୍ସ୍ୟ କ୍ଷେତ୍ର ସହିତ ଜଡ଼ିତ ଅଛନ୍ତି। ବୈଜ୍ଞାନିକ ପଦ୍ଧତିରେ ମାଛ ଉତ୍ପାଦନ ବଢ଼ାଇବା, ରପ୍ତାନି ବୃଦ୍ଧି କରିବା ସହ ଅଧିକରୁ ଅଧିକ ବୈଦେଶିକ ମୁଦ୍ରା ଅର୍ଜନ କରିବା ଆମର ଲକ୍ଷ୍ୟ। ଗତ ୨୦ ବର୍ଷରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ୨.୫୯ ଲକ୍ଷ ମେଟ୍ରିକ୍‌ ଟନ୍‌ରୁ ୮.୧୬ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ମତ୍ସ୍ୟ ରପ୍ତାନି ୩୭୯ କୋଟିରୁ ୩୨୪୩ କୋଟି ଟଙ୍କାକୁ ବଢ଼ିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ନବନିଯୁକ୍ତ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ କର୍ତ୍ତବ୍ୟ ପରାୟଣ ହେବାକୁ ସେ ପରାମର୍ଶ ଦେଇଛନ୍ତି। ବିଭାଗର କମିଶନର ଆର୍‌. ରଘୁପ୍ରସାଦ କହିଛନ୍ତି, ରାଜ୍ୟରେ ବିସ୍ତୃତ ଲୁଣା ଅଞ୍ଚଳରେ ମତ୍ସ୍ୟ ଉତ୍ପାଦନ ଏବଂ ରପ୍ତାନି ଲାଗି ଭରପୂର ସୁଯୋଗ ରହିଛି। ନବନିଯୁକ୍ତ ଅଧିକାରୀମାନେ ମତ୍ସ୍ୟସମ୍ପଦ ବିକାଶ କ୍ଷେତ୍ରରେ ନୂତନ ଜ୍ଞାନକୌଶଳ ଓ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଉପରେ ଧ୍ୟାନ ଦେବା ଆବଶ୍ୟକ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri