ମହାକାଶ ବିଜ୍ଞାନ ସମ୍ପର୍କରେ ଜାଣିବାର ସୁଯୋଗ

ଭୁବନେଶ୍ୱର, ୧୪ା୨(ବ୍ୟୁରୋ):ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅନ୍ତରୀକ୍ଷ ଉପଯୋଗ କେନ୍ଦ୍ର(ଏସ୍‌ଏସି)-ବିକ୍ରମ ସରାଭାଇ ମହାକାଶ ପ୍ରଦର୍ଶନୀ(ଭିଏସ୍‌ଏସ୍‌ଇ), ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ ଆରମ୍ଭ ହୋଇଛି ‘ସ୍ପେସ୍‌ ଅନ୍‌ ହୁଇଲ୍‌’ ପ୍ରଦର୍ଶନୀ। ରବିବାର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଛନ୍ତି। ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ମହାକାଶ ଓ ମହାକାଶ ବିଜ୍ଞାନ ସମ୍ପର୍କରେ ଜ୍ଞାନ ଆହରଣ ନିମନ୍ତେ ଏହି ପ୍ରଦର୍ଶନୀ ସୁଯୋଗ ଦେଇଛି। ଛାତ୍ରୀଛାତ୍ରଙ୍କ ବିଜ୍ଞାନ ସମ୍ପର୍କିତ ଜିଜ୍ଞାସା ପୂରଣ ଦିଗରେ ଏହା ଯଥେଷ୍ଟ ସହାୟକ ହେବ ବୋଲି ମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ଏହି ପ୍ରଦର୍ଶନୀ ବିଦ୍ୟାର୍ଥୀଙ୍କ ପାଇଁ ଅତ୍ୟନ୍ତ ଉପାଦେୟ ସାବ୍ୟସ୍ତ ହେବ। ଏହି ତିନିଦିନିଆ ପ୍ରଦର୍ଶନୀରେ ସ୍ଥାନୀୟ ତଥା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରୀଛାତ୍ର ଯୋଗଦେଇ ‘ଇସ୍ରୋ’ର କାର୍ଯ୍ୟକ୍ରମ ଓ ମହାକାଶ ବିଜ୍ଞାନ ସମ୍ପର୍କରେ ଅବଗତ ହୋଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି। ‘ଇସ୍ରୋ’ର ଗ୍ରୁପ୍‌ ଡାଇରେକ୍ଟର ଡ. ପରୁଲ୍‌ ପଟେଲ୍‌ ମୁଖ୍ୟବକ୍ତା ଭାବେ ଯୋଗଦେଇ ଦେଶରେ ବିଜ୍ଞାନର ଅଗ୍ରଗତି ଏବଂ ଜୀବନରେ ବିଜ୍ଞାନର ଉପଯୋଗିତା ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏପରି ପ୍ରଦର୍ଶନୀରେ ଛାତ୍ରୀଛାତ୍ର ସାମିଲ ହେବା ସହିତ ‘ଇସ୍ରୋ’ରୁ ଆସିଥିବା ବୈଜ୍ଞାନିକଙ୍କଠାରୁ ଆବଶ୍ୟକ ଜ୍ଞାନ ଆହରଣ ସହ ବିଜ୍ଞାନ ବା ମହାକାଶ ବିଜ୍ଞାନ ସଂକ୍ରାନ୍ତ ସନ୍ଦେହ ଦୂର କରିପାରିବେ। ସୋମବାର ରାଜ୍ୟର ୩,୯୦୬ଟି ୫-‘ଟି’ ରୂପାନ୍ତରିତ ବିଦ୍ୟାଳୟର ଛାତ୍ରୀଛାତ୍ର ଏହି ପ୍ରଦର୍ଶନୀକୁ ଦେଖିପାରିବେ। ଏ ସମସ୍ତ ସ୍କୁଲରେ ‘ୟୁ-ଟ୍ୟୁବ୍‌ ଲାଇଭ୍‌’ ମାଧ୍ୟମରେ ସିଧାପ୍ରସାରଣ ବ୍ୟବସ୍ଥା କରାଯାଉଛି ବୋଲି ଜିଲାପାଳ କହିଥିଲେ। ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତ ଅତିଥି ଭାବେ ଯୋଗଦେଇ ପ୍ରଦର୍ଶନୀ ତଥା ବିଜ୍ଞାନକୁ ନେଇ ମତ ରଖିଥିଲେ। ବରିଷ୍ଠ ବୈଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢ଼ୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ ବିଶ୍ୱନାଥ ତରାଇ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରଦର୍ଶନୀ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିବସରେ ପ୍ରାୟ ୧,୬୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଓ ଏକ ହଜାରରୁ ଊର୍ଦ୍ଧ୍ୱ ସାଧାରଣ ନାଗରିକ ପ୍ରଦର୍ଶିତ ପ୍ରକଳ୍ପଗୁଡ଼ିକୁ ପରିଦର୍ଶନ କରି ମହାକାଶ ବିଜ୍ଞାନ ସମ୍ପର୍କରେ ଜାଣିବାର ସୁଯୋଗ ପାଇଥିଲେ। ସୋମବାର ଛାତ୍ରୀଛାତ୍ରଙ୍କ ପାଇଁ ଏହି ପ୍ରଦର୍ଶନୀ ସକାଳ ୯ଟା ୩୦ରୁ ଅପରାହ୍ନ ୪ଟା ଏବଂ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଖୋଲାରହିବ। ସୋମବାର ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ଏହି ପ୍ରଦର୍ଶନୀ ଖୋଲା ରହିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?