ମନ୍ଦିର ଭଙ୍ଗାକୁ ବିରୋଧ, ପୋଲିସ-ଜନତା ମୁହାଁମୁହିଁ

କଟକ ସଦର, ୭।୮(ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋ ଗ୍ରାମର ପଞ୍ଚମୁଖୀ ହନୁମାନ ମନ୍ଦିର ଭଙ୍ଗାଯିବାକୁ ନେଇ ଶୁକ୍ରବାର ପୋଲିସ ଓ ସ୍ଥାନୀୟ ଜନତା ମୁହଁାମୁହିଁ ହୋଇଥିଲେ। ଏପରି କି ଲୋକମାନେ ରାସ୍ତା ଉପରେ ବସି ରହିବାରୁ ପୋଲିସ ମନ୍ଦିର ନିକଟକୁ ପ୍ରବେଶ କରିପାରି ନ ଥିଲା। ଶେଷରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ପହଞ୍ଚି ମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରିବା ପରେ ମନ୍ଦିର ଭଙ୍ଗାକୁ ୧୫ ଦିନ ପାଇଁ ସ୍ଥଗିତ ରଖାଯାଇଛି। ସରକାରୀ ଜମିରେ ବିନା ଅନୁମତିରେ ମନ୍ଦିର ନିର୍ମାଣ କରାଯାଇଥିବାରୁ ନ୍ୟାଶନାଲ ଗ୍ରୀନ୍‌ ଟିବ୍ୟୁନାଲ(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶକ୍ରମେ ତହସିଲ ପ୍ରଶାସନ ମନ୍ଦିର ଭାଙ୍ଗିବା ପାଇଁ ବ୍ୟବସ୍ଥା କରିଥିଲା। ଶୁକ୍ରବାର ସକାଳେ କିଶନନଗର ତହସିଲଦାର ସୁଚେତା ମହାପାତ୍ର, ମାଜିଷ୍ଟ୍ରେଟ୍‌ ତଥା ସାଲେପୁର ତହସିଲଦାର ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଏସ୍‌ଡିପିଓ ପ୍ରଶାନ୍ତ କୁମାର ମାଝି, ଅତିରିକ୍ତ ତହସିଲଦାର କ୍ରିଷ୍ଣାକାନ୍ତା ସାହୁ, ଥାନାଧିକାରୀ ସସ୍ମିତା ରଣା ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ମନ୍ଦିର ଭାଙ୍ଗିବା ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ବହୁସଂଖ୍ୟକ ମହିଳାପୁରୁଷ ରାସ୍ତା ଉପରେ ବସିରହି କାହାରିକୁ ମନ୍ଦିର ପାଖକୁ ଛାଡି ନ ଥିଲେ। ଅପରାହ୍ନ ୨ଟାରେ ଜିଲାପାଳ ଚୟନୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଏନ୍‌ଜିଟିଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିବାରୁ ପ୍ରଥମ ଶୁଣାଣି ପର୍ଯ୍ୟନ୍ତ ମନ୍ଦିର ନ ଭାଙ୍ଗିବା ପାଇଁ ସାମାଜିକ କର୍ମୀ ତ୍ରୈଲୋକ୍ୟନାଥ ପଣ୍ଡା ଓ ପୂର୍ବତନ ସରପଞ୍ଚ କମଳାକାନ୍ତ ନାୟକ ଜିଲାପାଳଙ୍କୁ ନିବେଦନ କରିଥିଲେ। ପରେ ଜିଲାପାଳ ଚୟନୀ ମନ୍ଦିର ଭଙ୍ଗା ନିଷ୍ପତ୍ତି ୧୫ ଦିନ ପାଇଁ ସ୍ଥଗିତ ରଖାଗଲା ବୋଲି ଘୋଷଣା କରିବାରୁ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri