ବିଜେଡି ନାଁରେ ଟଙ୍କା ବଣ୍ଟା ଅଭିଯୋଗ ଆଣିଲେ ବିରୋଧୀ

ଭୁବନେଶ୍ବର,୨ା୧୧(ବ୍ୟୁରୋ): ରାଜନୀତି ପାଣି ଗୋଳିଆ କରିବାର ୨୨ ବର୍ଷର ଅଭିଜ୍ଞତା ବିଜେଡି ପାଖରେ ଅଛି। ଅତୀତରେ ହୋଇଥିବା ଉପନିର୍ବାଚନରେ କଳ, ବଳ, କୌଶଳ ବ୍ୟବହାର କରି ଶାସକ ଦଳ ବୁଥ୍‌ ରିଗିଂ, ଭୋଟ ବାକ୍ସ ବୋହିନେବା, ଜୋର ଜବରଦସ୍ତ ବାଲଟ ପେପର ଉପରେ ମୋହର ମାରିବା ଆଦି ଅଗଣତାନ୍ତ୍ରିକ କାର୍ଯ୍ୟ କରି ଭୋଟ ହାତେଇଥିଲା। ଏଥର ମଧ୍ୟ ଧାମନଗର ଉପନିର୍ବାଚନରେ ବିଜେଡି ପୋଲିସ ପ୍ରଶାସନ ଓ ଏସ୍‌ଏଚ୍‌ଜିର ସିଆରପି, ଏମବିକେ ମହିଳାଙ୍କ ସହାୟତାରେ ଟଙ୍କା ବାଣ୍ଟୁଛି ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି। ଆସନ୍ତା ୩ ତାରିଖ ନିର୍ବାଚନ ଥିବାରୁ ମଙ୍ଗଳବାର ଏବଂ ବୁଧବାର ୨ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅବାଧ, ନିରପେକ୍ଷ ଓ ମୁକ୍ତ ନିର୍ବାଚନ ନିମନ୍ତେ ସିଇଓ ବ୍ୟାପକ ଏବଂ କଡ଼ାକଡ଼ି ବ୍ୟବସ୍ଥା ଗ୍ରହଣ କରିବା ସହ କେନ୍ଦ୍ରୀୟ ଫୋର୍ସ ମୁତୟନ କରିବାକୁ ଲେଖାଶ୍ରୀ ଅନୁରୋଧ କରିଛନ୍ତି। ଅନ୍ୟପଟେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ବିଜେଡି ଉପନିର୍ବାଚନରେ ବିଜୟୀ ହେବା ପାଇଁ ବ୍ୟାପକ ଅର୍ଥ କାରବାର ଚଳାଇଛି। ମିଶନ ଶକ୍ତି ମହିଳାଙ୍କ ଜରିଆରେ ବ୍ୟାପକ ଅର୍ଥ କାରବାର ଚାଲିଛି। ସେହିପରି ସରକାରୀ କଳ, ବଳ ସବୁ ଶାସକ ଦଳ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଲାଗିପଡିଛନ୍ତି। ପ୍ରଶାସନିକ ଅଧିକାରୀମାନେ ନିରପେକ୍ଷତା ଅବଲମ୍ବନ କରୁ ନ ଥିବା ସୁରେଶ ଅଭିଯୋଗ କରିଛନ୍ତି। ବିଜେଡି କିନ୍ତୁ ଉଭୟ ଭାଜପା ଏବଂ କଂଗ୍ରେସ କଥାକୁ ସମାଲୋଚନା କରିଛି। ବିଜେଡି ନେତା ଲେନିନ ମହାନ୍ତି କହିଛନ୍ତି, ଭାଜପା ମିଛର ଭଣ୍ଡାର ଖୋଲିଛି। ଏବେଠାରୁ ଏହି ଉପନିର୍ବାଚନରେ ପରାଜୟ ଜାଣି ଭାଜପା ନେତାମାନେ ସବୁଦିନ ମିଛ କଥା କହିଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?