Posted inଜାତୀୟ

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ପ୍ରସଙ୍ଗ ଉପରେ କେତେଜଣ ରାଜନୀତି କରୁଥିବା ଅଭିଯୋଗ କରିଥିଲେ। ପେନ୍‌ସନ ଅର୍ଥ ବଞ୍ଚାଇବା ଲାଗି ଅଗ୍ନିପଥ ଯୋଜନା ଆରମ୍ଭ ହୋଇଛି ବୋଲି ବିରୋଧୀଙ୍କ ଅଭିଯୋଗକୁ ସେ ଖଣ୍ଡନ କରିଥିଲେ। ଯୁବବର୍ଗଙ୍କୁ କ୍ରମାଗତ ଭାବେ ଯୁଦ୍ଧ ପାଇଁ ଫିଟ୍‌ ରଖିବା ଅଗ୍ନିପଥ ଯୋଜନାର ଲକ୍ଷ୍ୟ ବୋଲି ସେ କହିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏଭଳି ଅଭିଯୋଗକୁ ବିରୋଧୀ ଦଳଗୁଡ଼ିକ ନିନ୍ଦା କରିଛନ୍ତି। ଅଗ୍ନିପଥ ଯୋଜନାର ସମୀକ୍ଷା କରାଯିବାକୁ ସେମାନେ ଦାବି କରିଛନ୍ତି।
ଅଗ୍ନିପଥ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ଶସ୍ତା ରାଜନୀତି କରୁଥିବା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓ ଅନ୍ୟ ନେତାମାନେ ଅଭିଯୋଗ କରିଛନ୍ତି। ସୈନ୍ୟବାହିନୀର ନିର୍ଦ୍ଦେଶରେ ସରକାର ଅଗ୍ନିପଥ ଯୋଜନା କାର୍ଯ୍ୟକାରୀ କରିଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ ଡାହା ମିଛ ବୋଲି ବିରୋଧୀ କହିଛନ୍ତି। କାର୍ଗିଲ ବିଜୟ ଦିବସରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଅବସରରେ ପ୍ରଧାନମନ୍ତ୍ରୀ ଶସ୍ତା ରାଜନୀତି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁଃଖଦାୟକ। ପୂର୍ବରୁ କୌଣସି ପ୍ରଧାନମନ୍ତ୍ରୀ ଏପରି କରି ନ ଥିବା ଖାର୍ଗେ କହିଛନ୍ତି। ଅଧିକାଂଶ ଅବସରପ୍ରାପ୍ତ ସେନା ଅଧିକାରୀ ଅଗ୍ନିପଥ ଯୋଜନାକୁ ସମାଲୋଚନା କରିଛନ୍ତି। ଏହା ଜାତୀୟ ସୁରକ୍ଷାକୁ ବିପଦରେ ପକାଇବା ସହ ଗ୍ରାମାଞ୍ଚଳ ଯୁବବର୍ଗଙ୍କ ଆଶା ଆକାଂକ୍ଷାକୁ ବିପଦ ମଧ୍ୟକୁ ଠେଲିଦେଇଛି ବୋଲି କଂଗ୍ରେସ ଅଧ୍ୟକ୍ଷ କହିବା ସହ ଏହି ଯୋଜନାର ସମ୍ପୂର୍ଣ୍ଣ ଉଚ୍ଛେଦ ଦାବି କରିଛନ୍ତି। ତତ୍କାଳୀନ ସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରାଭନେ ଅଗ୍ନିପଥ ଯୋଜନା ସମ୍ପୂର୍ଣ୍ଣ ବିସ୍ମୟକର ଥିଲା ବୋଲି ଲେଖିଥିଲେ। ଅଥଚ ଏହା ସେନା ନିର୍ଦ୍ଦେଶରେ ହୋଇଥିଲା ବୋଲି ମୋଦି ମିଛ କହୁଥିବା କଂଗ୍ରେସ ନେତା ଜୟରାମ ରମେଶ ଅଭିଯୋଗ କରିଛନ୍ତି। ଏହି ଯୋଜନା ଅଗ୍ନିବୀରମାନଙ୍କୁ କୌଣସି ସାମାଜିକ ସୁରକ୍ଷା ଦେଉ ନ ଥିବାରୁ ଏହାର ସମୀକ୍ଷା ଆବଶ୍ୟକ ବୋଲି ଜେଏମ୍‌ଏମ୍‌ ଏମ୍‌ପି ମହୁଆ ମାଜି କହିଥିଲେ। ସେହିପରି ତୃଣମୂଳ କଂଗ୍ରେସ ରାଜ୍ୟ ସଭା ସଦସ୍ୟ ଡୋଲା ସେନ୍‌, ସମାଜବାଦୀ ପାର୍ଟି ନେତା ଧର୍ମେନ୍ଦ୍ର ଯାଦବ ପ୍ରମୁଖ ଅଗ୍ନିପଥ ଯୋଜନାକୁ ସମାଲୋଚନା କରିବା ସହ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri