‘ପଶ୍ଚିମ ଓଡିଶାବାସୀଙ୍କୁ ବାରମ୍ବାର ଧୋକା ଦେଇଛନ୍ତି ନବୀନ’: ବିରୋଧୀ

ଭୁବନେଶ୍ୱର,୧୭।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି। ତେବେ ଏହାକୁ ନେଇ ବିରୋଧୀ ଦଳ ସମାଲୋଚନା କରିଛନ୍ତି । ବିରୋଧୀ କହିଛନ୍ତି, ନବୀନ ଆତ୍ମବିଶ୍ୱାସ ହରାଇ ସାରିଛନ୍ତି । ପଶ୍ଚିମ ଓଡ଼ିଶାବାସୀଙ୍କୁ ବାରମ୍ବାର ଧୋକା ଦେଇ ଏବେ ପୁଣିଥରେ ଧୋକା ଦେବାକୁ ପ୍ରୟାସ କରୁଛନ୍ତି । ଲୋକେ ତାଙ୍କୁ ଭୋଟ୍‌ ମାଧ୍ୟମରେ ଉଚିତ ଜବାବ ଦେବେ ବୋଲି ଉଭୟ ଭାଜପା ଓ କଂଗ୍ରେସ କହିଛି।

କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ବାର ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରିଛନ୍ତି । କଣ୍ଟାବାଞ୍ଜି ଜିତିଲା ପରେ ସେ ଏହି ଆସନ ଛାଡିବେ। ପୂର୍ବରୁ ବିଜେପୁରକୁ ଜିତି ସେହି ଆସନକୁ ଛାଡିଥିଲେ । ତେଣୁ ଏଥର ତାଙ୍କୁ ସ୍ଥାନୀୟ ଲୋକେ ଉଚିତ ଜବାବ ଦେବେ।

ସେହିପରି ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାକୁ ବାରମ୍ବାର ଧୋକା ଦେଇଛନ୍ତି । ହାଇକୋର୍ଟ ସ୍ପେଶିଆଲ ବେଞ୍ଚ ପ୍ରତିଷ୍ଠାଠାରୁ ଆରମ୍ଭ କରି ନୂତନ ଜିଲା ଘୋଷଣା, କଟନୀ ଛଟନୀ ଓ ଧାନର ଅଭାବୀ ବିକ୍ରୀ, ଧାନ କ୍ୱିଂଟାଲ ପ୍ରତି ୧୦୦ଟଙ୍କା ବୋନସର ପ୍ରତିଶ୍ରୁତି ଦେଇ ପାଳନ ନ କରିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ଆବଂଟନ ନ ହେବା , ଚିନି କାରଖାନା ବନ୍ଦ ହେବା ଆଦି ପ୍ରସଙ୍ଗ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ଶାସକ ବିଜେଡି ସଂପୂର୍ଣ୍ଣ ଦାୟୀ । ଏପରିକି ବିଜେପୁରରୁ ବିଧାୟକ ଭାବେ ମଧ୍ୟ ନିର୍ବାଚିତ କରାଇ ବିଧାନସଭାକୁ ପଠାଇଥିଲେ । ନବୀନ ବାବୁଙ୍କ ଭେଳିକି ଓ ଚକ୍ରାନ୍ତକୁ ଓଡିଶାବାସୀ ହୃଦୟଙ୍ଗମ କରିସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?