Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବିରେ ବିରୋଧୀ ଅଟଳ

ନୂଆଦିଲ୍ଲୀ,୧।୮: ମଣିପୁର ହିଂସା ପ୍ରସଙ୍ଗକୁ ନେଇ ପାର୍ଲାମେଣ୍ଟରେ ସୋମବାର ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁରର ଆଇନ ଶୃଙ୍ଖଳା ସ୍ଥିତି ଉପରେ ବିବୃତି ରଖନ୍ତୁ ବୋଲି ପୁଣି ଦାବି କରିଥିଲେ। ହିଂସାପ୍ରବଣ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ଉପରେ ରାଜ୍ୟ ସଭାରେ ସଂକ୍ଷିପ୍ତ ଆଲୋଚନା ଆରମ୍ଭ ହୋଇଥିବାବେଳେ ବିରୋଧୀମାନେ ଏହାର ପ୍ରତିବାଦ କରିଥିଲେ। ଗୃହର ରୁଲ୍‌ ୨୬୭ ଅନୁଯାୟୀ ମଣିପୁର ପ୍ରସଙ୍ଗରେ ସବିଶେଷ ଆଲୋଚନା ହେଉ ଏବଂ ପ୍ରଧାନମନ୍ତ୍ରୀ ଗୃହରେ ଉପସ୍ଥିତ ରହନ୍ତୁ ବୋଲି ସେମାନେ ଦାବି କରିଥିଲେ। ହଟ୍ଟଗୋଳ ଜାରି ରହିବାରୁ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକର ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରିଥିଲେ। ଲୋକ ସଭାରେ ମଧ୍ୟ ଅନୁରୂପ ଦାବିକୁ ନେଇ ଅଚଳାବସ୍ଥା ଜାରି ରହିବାରୁ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଛି। ଅପରାହ୍ନରେ ଗୃହକାର୍ଯ୍ୟ ଆରମ୍ଭ ହୋଇ ସିନେମାରେ ନକଲକୁ ବନ୍ଦ କରିବା ପାଇଁ ଅଣାଯାଇଥିବା ସିନେମାଟୋଗ୍ରାଫ ସଂଶୋଧନ ବିଲ୍‌, ୨୦୨୩ ଗୃହୀତ ହୋଇଥିଲା। ପୂର୍ବରୁ ଉକ୍ତ ବିଲ୍‌ ରାଜ୍ୟ ସଭାର ଅନୁମୋଦନ ଲାଭ କରିସାରିଛି। ଚଳଚ୍ଚିତ୍ରର କାହାଣୀ ଚୋରି ହୋଇଥିବା ଜଣାପଡ଼ିଲେ ୩ ବର୍ଷ ଜେଲଦଣ୍ଡ ସାଙ୍ଗକୁ ଫିଲ୍ମର ଉତ୍ପାଦନ ଖର୍ଚ୍ଚର ୫ ପ୍ରତିଶତ ଜରିମାନା ଦେବାକୁ ପଡ଼ିବ ବୋଲି ବିଲ୍‌ରେ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri