Posted inଜାତୀୟ

ଷ୍ଟାଲିନ୍‌ଙ୍କ ସାମାଜିକ ନ୍ୟାୟ ସମ୍ମିଳନୀରେ ବିରୋଧୀ ଏକାଠି

ଚେନ୍ନାଇ, ୪।୪: ଆସନ୍ତାବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକାଠି କରିବାକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ ଅଣ୍ଟା ଭିଡ଼ିଛନ୍ତି। ସୋମବାର ସେ ଡାକିଥିବା ସାମାଜିକ ନ୍ୟାୟ ବୈଠକରେ ଅଧିକାଂଶ ବିରୋଧୀ ଦଳ ନେତା ଏକାଠି ହୋଇଥିଲେ। ବୈଠକ ପଛରେ କୌଣସି ରାଜନୈତିକ ଉଦ୍ଦେଶ୍ୟ ନାହିଁ। ସାମାଜିକ ନ୍ୟାୟ ଆନ୍ଦୋଳନକୁ ଆଗେଇନେବା ଲାଗି ଏହା ଏକ ପ୍ରୟାସ ବୋଲି ଡିଏମ୍‌କେ ନେତା କହିଛନ୍ତି। ତେବେ ଏହାକୁ ଏକ ରାଜନୈତିକ ମଞ୍ଚ କହିବାରେ କୁଣ୍ଠା ନାହିଁ ବୋଲି ତୃଣମୂଳ କଂଗ୍ରେସ ନେତା ଡେରେକ୍‌ ଓ’ ବ୍ରିଏନ୍‌ କହିଛନ୍ତି। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଏହି ମଞ୍ଚରେ ସାମିଲ ହେବାକୁ ସେ ଆହ୍ବାନ ଦେଇଛନ୍ତି। ୨/୩ଟି ଦଳ ଭାଜପା ବିରୋଧରେ ଲଢ଼ିବାକୁ ଚାହୁଁନାହାନ୍ତି। ତେବେ ଦୂରେଇ ରହିବା ସମୟ ନୁହେଁ। ବିଜେଡି ଏବଂ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିକୁ ବିରୋଧୀ ଦଳଗୁଡ଼ିକ ସହ ଏକାଠି ହେବାକୁ ପଡ଼ିବ ବୋଲି ଟିଏମ୍‌ସି ନେତା କହିଛନ୍ତି।
ସାମାଜିକ ନ୍ୟାୟ ଉପରେ ଭର୍ଚୁଆଲି ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା, ଅଖିଳେଶ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଟିଏମ୍‌ସି ନେତା ଡେରେକ୍‌ ଓ’ ବ୍ରିଏନ, ବାମଦଳ ନେତା ସୀତାରାମ ୟେଚୁରୀ ଏବଂ ଡି. ରାଜା ଯୋଗ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି, କେ. ଚନ୍ଦ୍ରଶେଖର ରାଓଙ୍କ ଭାରତ ରାଷ୍ଟ୍ର ସମିତି ଏବଂ ଶରଦ ପାଓ୍ବାରଙ୍କ ଏନ୍‌ସିପି ମଧ୍ୟ ଏହି ମଞ୍ଚରେ ସାମିଲ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହେବା ପରେ ବିରୋଧୀଙ୍କୁ ଏକାଠି କରିବା ଲାଗି ଏହା ପ୍ରଥମ ପ୍ରୟାସ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?