ଅପରାଜିତାଙ୍କୁ ବିରୋଧ ଘଟଣାରେ ରାଜନୀତି ବଢୁଛି

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ନେଇ ବିଜେଡି-ଭାଜପା ମଧ୍ୟରେ ରାଜନୈତିକ ଲଢେଇ ଜୋର୍‌ ଧରିବାରେ ଲାଗିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ଆଚାର୍ଯ୍ୟ ବିହାରରେ ବିଜେଡି କର୍ମୀମାନେ ଘେରି ବିରୋଧ କରିଥିଲେ। ଏହାପରେ ୪ ଘଣ୍ଟା ପରେ ପୋଲିସ ଡିସିପି ଉମାଶଙ୍କର ଦାଶଙ୍କ ସହାୟତାରେ ଅପରାଜିତାଙ୍କୁ ସେଠାରୁ ଉଦ୍ଧାର କରାଗଲା। ଏହି ଘଟଣାକୁ ନେଇ ବର୍ତ୍ତମାନ ବିଜେଡି-ଭାଜପା ମଧ୍ୟରେ ରାଜନୈତିକ ଲଢେଇ ଜୋର୍‌ ଧରିଛି। ଶହୀଦ ନଗର ପୋଲିସ ଏହି ଘଟଣାରେ ସାଇନ୍ସପାର୍କ ନିକଟସ୍ଥ ବସ୍ତିର ୨ଜଣଙ୍କୁ ଗିରଫ କରିଥିବା ଜଣାପଡିଛି। ସେହିପରି ଭାଜପା ଭୁବନେଶ୍ୱର ଜିଲା କମିଟି ପକ୍ଷରୁ ପ୍ରତିବାଦ କରାଯାଇଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି।
ଖବରଦାତା ସମ୍ମିଳନୀ ଜରିଆରେ ଅପରାଜିତା କହିଛନ୍ତି ଯେ, ସେ ସୁରକ୍ଷିତ ନୁହନ୍ତି। ମହିଳାଙ୍କ କ୍ଷେତ୍ରରେ ହେଉଥିବା ଅପରାଧ କ୍ଷେତ୍ରରେ ଓଡିଶାକୁ ନେଇ ଦେଶରେ ବିଜେଡି ଏକ ନମ୍ବର କରିବାକୁ ଚାହୁଁଛନ୍ତି। ଆକ୍ରମଣ ଘଟଣା ପାଇଁ ସେ ମୁଖ୍ୟମନ୍ତ୍ରୀ ଦାୟୀ ବୋଲି କହିଛନ୍ତି। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ଶାସକ ବିଜେଡି ଦ୍ୱାରା ଅପରାଜିତା ଷଡଙ୍ଗୀଙ୍କୁ କରାଯାଇଥିବା ସଙ୍ଘବଦ୍ଧ ଆକ୍ରମଣ ଘଟଣା ଅତ୍ୟନ୍ତ ଲଜ୍ଜାଜନକ। ବିଜେଡି ଶାସନରେ ମହିଳାମାନେ ବିପଦରେ ଅଛନ୍ତି। ଏ କଥା ମହିଳା ସାଂସଦଙ୍କୁ ଆକ୍ରମଣ ଘଟଣାରୁ ସ୍ପଷ୍ଟ ପ୍ରମାଣିତ ହୋଇଛି। ଭାଜପା ସଭାପତିଙ୍କ ଖବରଦାତା ସମ୍ମିଳନୀର ଜବାବ୍‌ରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି, ବିଭିନ୍ନ ସମସ୍ୟା ନେଇ ଭୁବନେଶ୍ୱର ଏମ୍‌ପିଙ୍କୁ କିଛି ପ୍ରଶ୍ନ ପଚାରିବାକୁ ସ୍ଥାନୀୟ ବସ୍ତିର କେତେଜଣ ମହିଳାମାନେ ଯାଇଥିଲେ। ହେଲେ ସେମାନଙ୍କୁ ସାଂସଦଙ୍କ ସୁରକ୍ଷା ବାହିନୀ ଯେଉଁଭଳି ଆକ୍ରମଣ ଓ ଅସଦାଚରଣ କଲେ ତାହାକୁ ଯେତେ ନିନ୍ଦା କଲେ ବି କମ୍‌ ହେବ। ଏଭଳି କାର୍ଯ୍ୟକୁ କେଉଁ ସ୍ବାର୍ଥରେ ଭାଜପା ସଭାପତି ସମର୍ଥନ କରୁଛନ୍ତି। ପୂର୍ବରୁ ତାଙ୍କ ନିଜ ଦଳର କର୍ମୀମାନେ ମଧ୍ୟ ଅପରାଜିତାଙ୍କ ଏହି ଘରୋଇ ସୁରକ୍ଷା ଦାୟିତ୍ୱରେ ଥିବା ଗୁଣ୍ଡାମାନଙ୍କ ଆକ୍ରମଣରୁ ବର୍ତ୍ତି ନଥିବା ଲେନିନ୍‌ କହିଛନ୍ତି ା ତେବେ ଭାଜପାର ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଶୁକ୍ରବାର ଏକ ବିଶାଳ ରାଲି ମାଷ୍ଟରକ୍ୟାଣ୍ଟିନ ଛକଠାରେ ଏକାଠି ହୋଇ ଏହାର ପ୍ରତିବାଦ କରିଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇବାରୁ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri