ବିଜେଡି ସଚେତନତା ଯାତ୍ରାକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର, ୩।୧୦(ବ୍ୟୁରୋ):  ବିଜେଡି ପକ୍ଷରୁ ଶୁକ୍ରବାର ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀଠାରୁ ମାସେବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ଗାଁକୁ ଯାଇ ଲୋକମାନଙ୍କୁ କରୋନା ସଚେତନତା ସମ୍ପର୍କରେ ବାର୍ତ୍ତା ଦେବା ସହିତ ମାସ୍କ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ବିଧାୟକମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ବିରୋଧୀ କିନ୍ତୁ ଏହାକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି। କରୋନା ମହାମାରୀ ରୋକିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଯେଉଁ ବିଫଳତା ତାକୁ ଲୁଚାଇବା ପାଇଁ ବିଜେଡି ଏଭଳି ରାଜନୀତି ଆରମ୍ଭ କରିଛି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ବିଧାନସଭାରେ କରୋନା ପରିଚାଳନାରେ ବିଫଳତା କଥାକୁ ମଧ୍ୟ ବିରୋଧୀ ମୁଖ୍ୟ ପ୍ରସଙ୍ଗ କରିଛନ୍ତି।
ବିଜେଡିକୁ ସମାଲୋଚନା କରି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି, କୋଭିଡ୍‌ ପରିଚାଳନା କ୍ଷେତ୍ରରେ କୋଟି କୋଟି ଟଙ୍କା ଆତ୍ମସାତ କରାଯାଇଛି। ଏହାକୁ ଲୁଚାଇବା ପାଇଁ ସଚେତନତା ନାଟକ ଚାଲିଛି। ଏବେ ବିଜେଡି କଥା କେହି ବିଶ୍ୱାସ କରିବେ ନାହିଁ। କୋଭିଡ୍‌ ଦୁର୍ନୀତି ନେଇ କଂଗ୍ରେସ ଲୋକଙ୍କ ପାଖକୁ ଯିବ। ଦସ୍ତଖତ ଅଭିଯାନ କରିବ। ଆର୍‌ଟିଆଇରେ ତଥ୍ୟ ମାଗିଲେ ଦିଆଯାଉ ନାହିଁ। ବିଧାନସଭାରେ ପଚାରିଲେ ତଥ୍ୟ ସଂଗ୍ରହ ଚାଲିଥିବା ଉତ୍ତର ମିଳୁଛି ବୋଲି ତାରା କହିଛନ୍ତି। ସେହିଭଳି ଭାଜପା ସାଧାରଣ ସମ୍ପାଦକ ପୃଥ୍ବିରାଜ ହରିଚନ୍ଦନ କହିଛନ୍ତି, ବିଫଳତା ଘୋଡାଇବାକୁ ବିଜେଡି ପ୍ରୟାସ କରୁଛି। ଏହା ଜାତିର ଜନକଙ୍କ ପ୍ରତି ଅପମାନ ହେଉଛି। କୋଭିଡ୍‌ ପରିଚାଳନା ଠିକ୍‌ ହୋଇନାହିଁ। ମୃତ୍ୟୁ ଏବଂ ସଂକ୍ରମଣ ହାର ବଢୁଛି। କେନ୍ଦ୍ର ପକ୍ଷରୁ ଭେଣ୍ଟିଲେଟର ଦିଆଗଲା। ମାତ୍ର ରୋଗୀମାନେ ଏହି ସୁବିଧା ପାଇବା ପାଇଁ ଲାଇନରେ ଧାଡିରେ ଠିଆ ହେଉଛନ୍ତି। କରୋନା ଲାଗି ବର୍ତ୍ତମାନ ହା ହତାଶ ପରିସ୍ଥିତି ସୃଷ୍ଟି ହୋଇଛି। ବୋଲି ପୃଥ୍ବିରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri