Posted inଜାତୀୟ

ଚାଇନା, ପେଗାସସ୍‌, ଦରଦାମ୍‌ ପ୍ରସଙ୍ଗରେ ଘେରିବେ ବିରୋଧୀ

ନୂଆଦିଲ୍ଲୀ,୨୨।୧୧: ସପ୍ତାହେ ପରେ ସଂସଦର ଶୀତ ଅଧିବେଶନ। ଏହି ଅଧିବେଶନ ଚଳାଇବା କେନ୍ଦ୍ର ସରକାରଙ୍କ ପାଇଁ ସହଜ ହେବ ନାହିଁ। କାରଣ ବିରୋଧୀଙ୍କ ହାତରେ ଚାଇନାର ଅତିକ୍ରମଣ, ପେଗାସସ୍‌ ସ୍ପାଏଓ୍ବେର, ଜରୁରୀ ସାମଗ୍ରୀଗୁଡ଼ିକର ମୂଲ୍ୟବୃଦ୍ଧି ଭଳି ପ୍ରସଙ୍ଗ ରହିଛି। ସରକାରଙ୍କୁ ସବୁଠୁ ଅଡ଼ୁଆରେ ପକାଇବା କୃଷି ଆଇନରୁ ପଛଘୁଞ୍ଚା। କାରଣ ୩ କୃଷି ଆଇନ ଆଣିବାବେଳେ ସରକାର କୌଣସି ଦଳ ସହ ଏହା ଉପରେ ଆଲୋଚନା କରି ନ ଥିଲେ। ଏଥିସହ ଅତି ତରବରିଆ ଭାବେ ଧ୍ୱନିମତରେ ଉକ୍ତ ବିଲ୍‌କୁ ପାରିତ କରାଇନେଇଥିଲେ। ଏବେ ଉତ୍ତରପ୍ରଦେଶ ଓ ପଞ୍ଜାବ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ସରକାର ଚାଷୀଙ୍କ ଦାବି ଆଗରେ ମୁଣ୍ଡ ନୁଅଁ।ଇବାକୁ ବାଧ୍ୟ ହୋଇଛନ୍ତି। ତେଣୁ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ବିତର୍କ ସରଗରମ ହେବ ବୋଲି କୁହାଯାଉଛି।
ଏନେଇ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ରବିବାର କହିଛନ୍ତି, କଂଗ୍ରେସ ଦରଦାମ୍‌ ପ୍ରସଙ୍ଗକୁ ଜୋର୍‌ ଦେବ। ୭ ମାସ ଭିତରେ ମୁଦ୍ରାସ୍ଫୀତି ଦୁଇସଂଖ୍ୟା ବଢ଼ିରହିଛି। ମହାମାରୀ ସମୟରେ ମଧ୍ୟ ସାଧାରଣ ଲୋକେ ଜରୁରୀ ସାମଗ୍ରୀ ଚଢ଼ାଦରରେ କିଣିବାକୁ ବାଧ୍ୟ ହୋଇଛନ୍ତି। ସେହିପରି କଂଗ୍ରେସ ନେତା ଆନନ୍ଦ ଶର୍ମା କହିଛନ୍ତି, ସରକାର ଅଗଣତାନ୍ତ୍ରିକ ପ୍ରକ୍ରିୟାରେ ଆଇନ ଆଣିବା ପରିବର୍ତ୍ତେ ଗୁରୁତ୍ୱପୂର୍ଣ୍ଣ ବିଲ୍‌ଗୁଡ଼ିକୁ ପାର୍ଲାମେଣ୍ଟାରି ଷ୍ଟାଣ୍ଡିଂ କମିଟି କିମ୍ବା ସିଲେକ୍ଟ କମିଟିକୁ ପଠାଇବା ଉଚିତ। ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପେଗାସସ୍‌ ଜରିଆରେ ବିରୋଧୀ ଓ ଅସନ୍ତୁଷ୍ଟଙ୍କ ବିରୋଧରେ ଗୁପ୍ତଚରଗିରି କରାଇବା ପ୍ରସଙ୍ଗ ଉଠାଯିବ ବୋଲି ପୂର୍ବରୁ ସ୍ପଷ୍ଟ କରିଛନ୍ତି। ଇତିମଧ୍ୟରେ କଂଗ୍ରେସ ମୁଖପାତ୍ର ଅଭିଷେକ ମନୁ ସିଂଘଭି ମଧ୍ୟ ରବିବାର ଖବରଦାତା ସମ୍ମିଳନୀ ଡାକି ଭାରତୀୟ ଭୂଖଣ୍ଡରେ ଚାଇନାର ଅନୁପ୍ରବେଶକୁ ନେଇ ପ୍ରଧାନମନ୍ତ୍ରୀଙ୍କ ନୀରବତା ଉପରେ ପ୍ରଶ୍ନ ଉଠାଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri