Posted inଜାତୀୟ

ଦେଶର ଭାବାବେଗକୁ ବିରୋଧୀ ଅପମାନିତ କରିଛନ୍ତି: ମୋଦି

ଅଜମେର,୧ା୬: ନୂଆ ସଂସଦ ଭବନର ଲୋକାର୍ପଣ ଉତ୍ସବକୁ ବିରୋଧୀ ଦଳଗୁଡ଼ିକ ବର୍ଜନ କରି ଦେଶର ଭାବାବେଗ ଏବଂ ଏହାର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୬୦ ହଜାର ଶ୍ରମିକଙ୍କ କଠିନ ପରିଶ୍ରମକୁ ଅପମାନିତ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମାଲୋଚନା କରିଛନ୍ତି।
ଚଳିତବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ରାଜସ୍ଥାନର ଆଜମେରରେ ଏକ ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ୩ ଦିନ ତଳେ ଭାରତକୁ ଏକ ନୂଆ ସଂସଦ ଭବନ ମିଳିଛି। ଦେଶର ସମ୍ମାନ ବଢ଼ିଥିବାରୁ ଏହାକୁ ନେଇ ସମସ୍ତେ ଗର୍ବିତ ହେବା କଥା। କିନ୍ତୁ କଂଗ୍ରେସ ଓ ଏପରି କିଛି ଦଳ ଏହା ଉପରେ ମଧ୍ୟ ରାଜନୀତି କରିବାକୁ ପଛାଇନାହାନ୍ତି। ଏଭଳି ସୁଯୋଗ ଅନେକ ପିଢ଼ି ପରେ ଆସିଥାଏ। କିନ୍ତୁ କଂଗ୍ରେସ ଏହାକୁ ସ୍ବାର୍ଥପର ବିକ୍ଷୋଭ ପାଇଁ ବ୍ୟବହାର କରିଛି। ଏହି ଦଳ ୮୫% କମିଶନ ନେଇଥାଏ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀ ନିଜ ସରକାର ଅମଳରେ ୧ ଟଙ୍କା ପଠାଇଲେ ହିତାଧିକାରୀମାନଙ୍କ ନିକଟକୁ ମାତ୍ର ୧୫ ପଇସା ପହଞ୍ଚୁଥିଲା ବୋଲି ମୋଦି କହିଛନ୍ତି।
ପ୍ରକାଶ ଯେ, ଗତ ରବିବାର ପ୍ରଧାନମନ୍ତ୍ରୀ ସଂସଦର ନୂଆ କୋଠା ଲୋକାର୍ପଣ କରିଥିବାବେଳେ ଏହି ଉତ୍ସବକୁ କଂଗ୍ରେସ ଓ ଅନ୍ୟ ୨୦ ଦଳ ବର୍ଜନ କରିଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ (ମହିଳା ଆଦିବାସୀ)ଙ୍କ ଦ୍ୱାରା ଲୋକାର୍ପଣ କରାଇବା ଦାବିରେ ସେମାନେ ବିକ୍ଷୋଭ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri