CM Mohan Majhi: ‘୨୪ବର୍ଷର କାର୍ଯ୍ୟକାଳ ସହ ୮ମାସର କାର୍ଯ୍ୟକୁ ତୁଳନା କରୁଛନ୍ତି ବିରୋଧୀ’

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ): ବିଧାନସଭା ବଜେଟ ଅଧିବେଶନ ପ୍ରାରମ୍ଭରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଦେଇଥିବା ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଅଂଶ ଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତ୍ୟେକ ବର୍ଷ ବିଧାନସଭାର ପ୍ରଥମ ଅଧିବେଶନକୁ ରାଜ୍ୟପାଳ ସମ୍ବୋଧନ କରିବା ଏକ ସାମ୍ବିଧାନିକ ବିଧି ବ୍ୟବସ୍ଥା। ଧନ୍ୟବାଦ ପ୍ରସ୍ତାବ ଉପରେ ଚାଲିଥିବା ଆଲୋଚନା ସମୟରେ ରାଜ୍ୟ ସରକାର ୮ମାସ ମଧ୍ୟରେ କିଛି କରି ନ ଥିବା ବିରୋଧୀ ଦଳର ସଦସ୍ୟମାନେ କହିଛନ୍ତି। ତେବେ ଏପରି ତୁଳନାରେ ମୁଁ ବହୁତ ଆନନ୍ଦିତ। କାରଣ ୨୪ବର୍ଷ ଅର୍ଥାତ୍‌ ୨୯୦ ମାସର ପୂର୍ବତନ ସରକାରଙ୍କ କାର୍ଯ୍ୟକାଳ ସହିତ ବିରୋଧୀଦଳ ୮ମାସର କାର୍ଯ୍ୟକାଳକୁ ତୁଳନା କରୁଛନ୍ତି।
ଚାଷୀଙ୍କୁ କୁଇଣ୍ଟାଲ ପିଛା ୧୦୦ଟଙ୍କା ବୋନସ୍‌ ଦେବା ପାଇଁ ବିଜେଡି ସରକାରରେ ଯେଉଁ ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ପୂରଣ ହୋଇପାରି ନ ଥିଲା। ମାତ୍ର ଆମ ସରକାର ପ୍ରଥମ କ୍ୟାବିନେଟରେ କୁଇଣ୍ଟାଲ ପିଛା ୮୦୦ଟଙ୍କା ଇନ୍‌ପୁଟ ସହାୟତା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇ କାର୍ଯ୍ୟକାରୀ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି। ସେହିପରି ରାଜ୍ୟର ପ୍ରାୟ ୧କୋଟି ମହିଳାଙ୍କୁ ବାର୍ଷିକ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଦେବା ଉଦ୍ଦେଶ୍ୟରେ ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିସାରିଛନ୍ତି। ୨୦୨୭ ସୁଦ୍ଧା ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି ଭାବେ ସଶକ୍ତ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ୮ମାସରେ ଅପପୁଷ୍ଟି ପରି ସମସ୍ୟାକୁ ଦୂର କରିବା ପାଇଁ ମିଡ୍‌ ଡେ’ ମିଲ୍‌ରେ ମୁଣ୍ଡପିଛା ଖର୍ଚ୍ଚ ବୃଦ୍ଧି କରାଯାଇଛି। ପ୍ରଥମ କ୍ୟାବିନେଟରେ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ୫୦୦କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ ଲାଗି ପଦକ୍ଷେପ ନିଆଯାଇଥିଲା। ଶ୍ରୀମନ୍ଦିର ପରିସରରେ ପ୍ରବେଶକୁ ସୁଗମ କରିବା ପାଇଁ ୪ ଦ୍ୱାର ଖୋଲାଯାଇଛି। ସେହିପରି ରତ୍ନ ଭଣ୍ଡାରରେ କେତେ ଆଉ କ’ଣ ରତ୍ନ ଅଛି, ଗଣତି ମଣତି କାର୍ଯ୍ୟ ଶୀଘ୍ର କରାଯାଇ ଏ ବିଷୟରେ ରାଜ୍ୟବାସୀଙ୍କୁ ଅବଗତ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ପ୍ରଚାର ପ୍ରସାର ପାଇଁ ୨୦୦କୋଟି ଟଙ୍କାର ପ୍ରାରମ୍ଭିକ କର୍ପସ ପାଣ୍ଠି ଗଠନ କରାଯାଇଛି। ସେହିପରି ଗତ ୮ମାସରେ ଅପରାଧ ସଂଖ୍ୟାରେ କୌଣସି ବୃଦ୍ଧି ହୋଇନାହିଁ ବୋଲି ମୁଖ୍ୟମନ୍ତ୍ରୀ ଉକ୍ତି ରଖିଛନ୍ତି। ରାଜ୍ୟ ପୋଲିସକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରତି ଥାନା ଲାଗି ଗୋଟିଏ ଅତିରିକ୍ତ ୪ଚକିଆ ଯାନ ଯୋଗାଇ ଦିଆଯିବା ସହିତ ୫,୬୬୩ଟି ମୋଟର ସାଇକେଲ କିଣିବା ପାଇଁ ନିଷ୍ପତ୍ତି ନିଆଯାଇଛି। ୨୦୨୬ ମାର୍ଚ୍ଚ ୩୧ ମଧ୍ୟରେ ମାଓବାଦୀ ଓ ନକ୍ସଲ ହିଂସାକୁ ଲୋପ କରାଯିବ। ପିଏମ୍‌ ସ୍କୁଲ ଫର୍‌ ରାଇଜିଂ ଇଣ୍ଡିଆ(ପିଏମ୍‌ଶ୍ରୀ) କାର୍ଯ୍ୟକାରୀ କରାଯାଇଛି। ଖୁବ୍‌ଶୀଘ୍ର ସାଢ଼େ ୩କୋଟି ଲୋକ ଆୟୁଷ୍ମାନ୍‌ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ସୁଫଳ ପାଇବେ। ଆସନ୍ତା ୫ବର୍ଷ ମଧ୍ୟରେ ୧.୫ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ। ହୀରାକୁଦ କମାଣ୍ଡ ଏରିଆରେ ଜଳର ସୁପରିଚାଳନା ସୁନିଶ୍ଚିତ କରିବା ପାଇଁ ୮୫୫କୋଟି ଟଙ୍କା ବ୍ୟୟରେ ନୟାଗଡ଼ର ୫ଟି ମରୁଡ଼ି ପ୍ରବଣ ବ୍ଲକର ୨୩,୩୦୦ ହେକ୍ଟର ଜମିକୁ ଜଳସେଚନ କରିବା ପାଇଁ ଉଦ୍ଦିଷ୍ଟ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀରରେ ୩୦୦ କୋଟିଟଙ୍କା ବ୍ୟୟରେ ଉପର ଲାନ୍ଥ ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ୮୦ ବର୍ଷ ବା ତଦୂର୍ଦ୍ଧ୍ୱ ଏବଂ ୮୦%ରୁ ଅଧିକ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ମାସିକ ପେନ୍‌ସନ୍‌ ୩୫୦୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ମୁଖ୍ୟମନ୍ତ୍ରୀ ବିବୃତି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?