Posted inଜାତୀୟ

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ ନୋଟିସରେ ଲୋକ ସଭାର ୧୩୦ ଏବଂ ରାଜ୍ୟ ସଭାର ୬୩ ଏମ୍‌ପି ସ୍ବାକ୍ଷର କରିଛନ୍ତି। ସ୍ବାକ୍ଷରକାରୀଙ୍କ ମଧ୍ୟରେ ଇଣ୍ଡିଆ ବ୍ଲକ୍‌ର ସବୁ ସହଯୋଗୀ ଦଳର ଏମ୍‌ପିଙ୍କ ସମେତ ଆମ୍‌ ଆଦ୍‌ମୀ ପାର୍ଟି ସାଂସଦ ରହିଛନ୍ତି। କେତେଜଣ ସ୍ବାଧୀନ ଏମ୍‌ପି ନୋଟିସରେ ସ୍ବାକ୍ଷର କରିଥିବାବେଳେ ଅନ୍ୟ କେତେଜଣ ଏହି ପ୍ରକ୍ରିୟାର ଭାଗନେବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ପଦବୀରେ ଥିବା ଜଣେ ସିଇସିଙ୍କୁ ବହିଷ୍କାର କରିବା ଲାଗି ପାର୍ଲାମେଣ୍ଟରେ ନୋଟିସ ଅଣାଯିବା ଏହା ପ୍ରଥମ ଘଟଣା।
ସୂତ୍ର ଅନୁଯାୟୀ, ୧୦ ପୃଷ୍ଠାର ନୋଟିସରେ ସିଇସିଙ୍କ ବିରୋଧରେ ପକ୍ଷପାତ ଓ ଭେଦଭାବପୂର୍ଣ୍ଣ ଆଚରଣ, ଇଲେକ୍ଟୋରାଲ ପାଣ୍ଠି ତଦନ୍ତରେ ଜାଣିଶୁଣି ପ୍ରତିବନ୍ଧକ ସୃଷ୍ଟି କରିବା ଏବଂ ବହୁସଂଖ୍ୟାରେ ଲୋକଙ୍କୁ ମତାଧିକାରରୁ ବଞ୍ଚତ୍ତ କରିବା ଆଦି ୭ଟି ଅଭିଯୋଗ ରଖାଯାଇଛି। ବିଭିନ୍ନ ସମୟରେ ବିଶେଷ କରି ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ସିଇସି ଶାସକ ଭାଜପାକୁ ସହାୟତା କରୁଥିବା ବିରୋଧୀ ଦଳଗୁଡ଼ିକ ଅଭିଯୋଗ କରିଛନ୍ତି। ପଶ୍ଚିମବଙ୍ଗରେ ଏସ୍‌ଆଇଆର୍‌ ପରିଚାଳନାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ନିର୍ବାଚନ କମିଶନ ବାସ୍ତବ ଭୋଟରମାନଙ୍କ ନାମ ତାଲିକାରୁ କାଟିଦେଇଥିବା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri