ପୂର୍ବ ମୁଖ୍ୟମନ୍ତ୍ରୀ କରିଥିବା ଏହି ସବୁ ଯୋଜନାକୁ ବଦଳାଇଲେ ମୋହନ, ରାଗିଯାଇ ନବୀନ କହିଲେ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ଆସିଛି। ନବୀନ କହିଛନ୍ତି, ଡବଲ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି। ମୋ ସରାକାର ସମୟର ୪୦ଟି ଯୋଜନାର ନାଁ ପରିବର୍ତ୍ତନ କରାଯାଇଛି। ଅନୁଶୀଳନ ପରେ ବିସ୍ତୃତ ପ୍ରତିକ୍ରିୟା ରଖିବି ବୋଲି ନବୀନ କହିଛନ୍ତି।

ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ କାଳିଆ ଯୋଜନାର ନାମ ପରିବର୍ତ୍ତନ କରି ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଢାଞ୍ଚାରେ ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପ୍ରଚଳନ କରିଛନ୍ତି। ସେହିପରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଛନ୍ତି ସରକାର। ମେକ ଇନ ଓଡ଼ିଶା ନାଁ ବଦଳି ହେଲା ଉତ୍କର୍ଷ ଉତ୍କଳ। ଉତ୍କର୍ଷ ଉତ୍କଳ ସମ୍ମିଳନୀ ମାଧ୍ୟମରେ ପୁଞ୍ଜି ଯୋଗାଡ଼ ଲକ୍ଷ୍ୟ ରଖାଯାଇଛି।
ମୋ ସ୍କୁଲ ନାଁ ବଦଳାଯାଇ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ କରାଯାଇଛି। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟ ବରାଦ ହୋଇଛି।

ସରକାର ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଂଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା କରିଛନ୍ତି ।

ଅନ୍ୟପଟେ କଂଗ୍ରେସ ମଧ୍ୟ ବଜେଟକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କହିଛନ୍ତି, ଗରିବଙ୍କୁ ମାରିବାକୁ ଏ ବଜେଟ ହୋଇଛି। ଖାଲି ନାଁ ବଦଳେଇଛନ୍ତି। ଏ ବଜେଟରେ କିଛି ନୂତନତ୍ୱ ନାହିଁ । ବଜେଟରେ ଚାଷୀ ଓ ମହିଳାଙ୍କ ପାଇଁ କିଛି ନାହିଁ । ଏହା ଖାଲି ହାୱା ବୋଲି କଂଗ୍ରେସ ନେତା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri