ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ରେ ୨ ଦିନ ସରକାରୀ ଛୁଟି ଘୋଷଣା କରିବା ପାଇଁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଏକ ୨ ପୃଷ୍ଠାର ଚିଠି ଲେଖିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ପଶ୍ଚିମ ଓଡ଼ିଶାରେ ନୂଆଖାଇ ପର୍ବକୁ ବେଶ୍‌ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳନ କରାଯାଏ। ନୂଆଖାଇ ପର୍ବ ବର୍ଷାଋତୁ ପରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ଅନ୍ୟ ଜିଲାଗୁଡ଼ିକରେ ପାଳନ କରାଯାଏ। ଗାଁ ଲୋକମାନେ ନିଜ ଫସଲ ଅମଳର ୧ମ ଭୋଗ ପାରମ୍ପରିକ ଶୈଳୀରେ ମା’ ସମଲେଇ, ମା’ ମାଣିକେଶ୍ୱରୀ ଓ ସ୍ଥାନୀୟ ମନ୍ଦିରରେ କରିଥାନ୍ତି। ଗୋଟିଏ ଛାତ ତଳେ ବସି ପରିବାରର ସମସ୍ତ ସଦସ୍ୟ ଏହି ଭୋଗ ପାଇବା ସହ ଗୁରୁଜନମାନଙ୍କ ଆଶୀର୍ବାଦ ମଧ୍ୟ ନେଇଥାନ୍ତି। ଯେଉଁମାନେ ଓଡ଼ିଶା ବାହାରେ ରହିଥାନ୍ତି ସେମାନେ ମଧ୍ୟ ନିଜର ପରିବାର, ବନ୍ଧୁବର୍ଗ ଓ ସମ୍ପର୍କୀୟଙ୍କ ସହ ଏହି ପର୍ବ ପାଳନ କରିବାକୁ ଘରକୁ ଆସିଥାନ୍ତି। କେବଳ ସେତିକି ନୁହେଁ, ବିଦେଶରେ ଯେଉଁଠି ପଶ୍ଚିମ ଓଡ଼ିଶାର ଲୋକମାନେ ରହୁଛନ୍ତି ଓ ନୂଆଖାଇରେ ଘରକୁ ଆସିପାରନ୍ତି ନାହିଁ ସେମାନେ ମଧ୍ୟ ସେଠାରେ ଏହି ପର୍ବ ପାଳନ କରନ୍ତି। ନୂଆଦିଲ୍ଲୀରେ ଆମର ଏମ୍‌ପିମାନଙ୍କ ଉପସ୍ଥିତିରେ ନୂଆଖାଇ ଭେଟଘାଟ ପାଳନ କରାଯାଇଥାଏ। ତେବେ ରାଜ୍ୟ ସରକାର ନିଜର କର୍ମଚାରୀଙ୍କ ପାଇଁ ଚଳିତବର୍ଷ ସେପ୍ଟେମ୍ବର ୧ ତାରିଖରେ ନୂଆଖାଇ ନିମନ୍ତେ ଗୋଟିଏ ଦିନ ସରକାରୀ ଛୁଟି ଘୋଷଣା କରିଛନ୍ତି। ମାତ୍ର ଏହା ପଶ୍ଚିମ ଓଡ଼ିଶା ଲୋକଙ୍କ ପାଇଁ ଅନ୍ୟାୟ। ରାଜ୍ୟ ସରକାର ଗୋଟିଏ ଦିନ ନୂଆଖାଇ ଛୁଟି ଘୋଷଣା କରିଥିବାରୁ ଜିଲା ପ୍ରଶାସନ ମଧ୍ୟ ସରକାରୀ କର୍ମଚାରୀ ଓ ସାଧାରଣ ଲୋକଙ୍କୁ ୨ ଦିନ ନୂଆଖାଇ ପାଳିବାକୁ ଅନୁମତି ଦେଉନାହାନ୍ତି। ତେଣୁ ପଶ୍ଚିମ ଓଡ଼ିଶାରେ ନୂଆଖାଇ ପାଇଁ ୨ଦିନ ସ୍ଥାନୀୟ ଛୁଟି ଘୋଷଣା କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?