Posted inଜାତୀୟ

ପାଓ୍ବାରଙ୍କ ଘରେ ବସିଲା ବିରୋଧୀ ନେତାଙ୍କ ବୈଠକ: ସାମିଲ ହେଲାନି ଟିଏମ୍‌ସି

ନୂଆଦିଲ୍ଲୀ,୨୩।୩: ଇଭିଏମ୍‌ ପ୍ରସଙ୍ଗକୁ ନେଇ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ବାସଭବନରେ ଗୁରୁବାର ବିରୋଧି ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ତଥା ପ୍ରସିଦ୍ଧ ଓକିଲ କପିଲ ସିବ୍ବଲ କହିଛନ୍ତି, ଯଦି ନିର୍ବାଚନ ଆୟୋଗ ଇଭିଏମ୍‌ ସମ୍ବନ୍ଧରେ ସଠିକ୍‌ ଉତ୍ତର ନ ଦିଅନ୍ତି, ତେବେ ପରବର୍ତ୍ତୀ ସମୟରେ କ’ଣ କରିବା ଉଚିତ ତାହା ଆମେ ସମସ୍ତ ରାଜନୈତିକ ଦଳ ଚିନ୍ତା କରିବୁ। ନିର୍ବାଚନ ଆୟୋଗଙ୍କ ନିକଟକୁ ଯାଇ ଇଭିଏମ୍‌ ବିଷୟରେ ଆଲୋଚନା କରାଯିବ। ଆମ ଦେଶରେ ଇଭିଏମ୍‌ କାହିଁକି ବ୍ୟବହାର କରାଯାଉଛି। ଅନ୍ୟ ଦେଶରେ ଇଭିଏମ୍‌ ବ୍ୟବହାର କରାଯାଉନାହିଁ ବୋଲି ସିବ୍ବଲ କହିଛନ୍ତି। ତେବେ ଶରଦ ପାୱାରଙ୍କ ଘରେ ଅନୁଷ୍ଠିତ ଏହି ବୈଠକରେ ଏନ୍‌ସିପି ମୁଖ୍ୟଙ୍କ ବ୍ୟତୀତ ତାଙ୍କ ଦଳର ପ୍ରଫୁଲ୍ଲ ପଟେଲ, ସମାଜବାଦୀ ପାର୍ଟିର ରାମ ଗୋପାଳ ଯାଦବ ଏବଂ କପିଲ ସିବ୍ବଲ, କଂଗ୍ରେସରୁ ଦିଗ୍‌ବିଜୟ ସିଂ, ସିପିଆଇରୁ ଡି. ରାଜା, ଶିବସେନାରୁ ଅନିଲ ଦେଶାଇଙ୍କ ଭଳି ବଡ଼ ନେତାମାନେ ସାମିଲ ହୋଇଥିଲେ। ଏହି ବୈଠକରେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ର କୌଣସି ସଦସ୍ୟ ସାମିଲ ହୋଇ ନ ଥିଲେ। ସୂଚନା ମୁତାବକ, ଶରଦ ପାୱାର ଉକ୍ତ ବୈଠକ ପୂର୍ବରୁ ବିରୋଧୀ ଦଳର ନେତାମାନଙ୍କୁ ଚିଠି ଲେଖି ଇଭିଏମ୍‌ ହ୍ୟାକିଂ ପ୍ରସଙ୍ଗରେ ଆଲୋଚନା କରିବାକୁ ଆମନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri