Posted inଜାତୀୟ

ପାଓ୍ବାରଙ୍କ ଘରେ ବସିଲା ବିରୋଧୀ ନେତାଙ୍କ ବୈଠକ: ସାମିଲ ହେଲାନି ଟିଏମ୍‌ସି

ନୂଆଦିଲ୍ଲୀ,୨୩।୩: ଇଭିଏମ୍‌ ପ୍ରସଙ୍ଗକୁ ନେଇ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ବାସଭବନରେ ଗୁରୁବାର ବିରୋଧି ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ତଥା ପ୍ରସିଦ୍ଧ ଓକିଲ କପିଲ ସିବ୍ବଲ କହିଛନ୍ତି, ଯଦି ନିର୍ବାଚନ ଆୟୋଗ ଇଭିଏମ୍‌ ସମ୍ବନ୍ଧରେ ସଠିକ୍‌ ଉତ୍ତର ନ ଦିଅନ୍ତି, ତେବେ ପରବର୍ତ୍ତୀ ସମୟରେ କ’ଣ କରିବା ଉଚିତ ତାହା ଆମେ ସମସ୍ତ ରାଜନୈତିକ ଦଳ ଚିନ୍ତା କରିବୁ। ନିର୍ବାଚନ ଆୟୋଗଙ୍କ ନିକଟକୁ ଯାଇ ଇଭିଏମ୍‌ ବିଷୟରେ ଆଲୋଚନା କରାଯିବ। ଆମ ଦେଶରେ ଇଭିଏମ୍‌ କାହିଁକି ବ୍ୟବହାର କରାଯାଉଛି। ଅନ୍ୟ ଦେଶରେ ଇଭିଏମ୍‌ ବ୍ୟବହାର କରାଯାଉନାହିଁ ବୋଲି ସିବ୍ବଲ କହିଛନ୍ତି। ତେବେ ଶରଦ ପାୱାରଙ୍କ ଘରେ ଅନୁଷ୍ଠିତ ଏହି ବୈଠକରେ ଏନ୍‌ସିପି ମୁଖ୍ୟଙ୍କ ବ୍ୟତୀତ ତାଙ୍କ ଦଳର ପ୍ରଫୁଲ୍ଲ ପଟେଲ, ସମାଜବାଦୀ ପାର୍ଟିର ରାମ ଗୋପାଳ ଯାଦବ ଏବଂ କପିଲ ସିବ୍ବଲ, କଂଗ୍ରେସରୁ ଦିଗ୍‌ବିଜୟ ସିଂ, ସିପିଆଇରୁ ଡି. ରାଜା, ଶିବସେନାରୁ ଅନିଲ ଦେଶାଇଙ୍କ ଭଳି ବଡ଼ ନେତାମାନେ ସାମିଲ ହୋଇଥିଲେ। ଏହି ବୈଠକରେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ର କୌଣସି ସଦସ୍ୟ ସାମିଲ ହୋଇ ନ ଥିଲେ। ସୂଚନା ମୁତାବକ, ଶରଦ ପାୱାର ଉକ୍ତ ବୈଠକ ପୂର୍ବରୁ ବିରୋଧୀ ଦଳର ନେତାମାନଙ୍କୁ ଚିଠି ଲେଖି ଇଭିଏମ୍‌ ହ୍ୟାକିଂ ପ୍ରସଙ୍ଗରେ ଆଲୋଚନା କରିବାକୁ ଆମନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri