ବିଧାନସଭା ଇତିହାସରେ ପ୍ରଥମ: ବାଚସ୍ପତିଙ୍କୁ ଚପଲ ଫିଙ୍ଗିଲେ ବିରୋଧୀ

ଭୁବନେଶ୍ୱର,୩।୪(ବ୍ୟୁରୋ): ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଛନ୍ତି ବିରୋଧୀ ଦଳର ବିଧାୟକ। ଶନିବାର ଏଭଳି ଏକ ଅଭାବନୀୟ ଦୃଶ୍ୟ ବିଧାନସଭାରେ ଦେଖିବାକୁ ମିଳିଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବା ଏବଂ ବିରୋଧୀ ଦଳ ନେତାଙ୍କୁ କହିବାକୁ ସୁଯୋଗ ନ ଦେବା ଅଭିଯୋଗ ଆଣି ବିରୋଧୀ ଦଳ ପକ୍ଷରୁ ଏଭଳି ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରାଯାଇଛି। ବିନା ଆଲୋଚନାରେ ଲୋକାୟୁକ୍ତ ସଂଶୋଧନ ବିଲ୍‌କୁ ପାସ କରିଥିବାରୁ ବିରୋଧ କରି ଚପଲ ଫିଙ୍ଗିଥିବା ଅଭିଯୋଗ ହୋଇଛି। ତେବେ ଭାଜପା ବିଧାୟକ ବିଷ୍ଣୁ ସେଠୀ ଏବଂ ଜୟନାରାୟଣ ମିଶ୍ର ଏହା କରିଥିବା ନେଇ ଶାସକ ଦଳ ମୁଖ୍ୟ ସଚେତନ ପ୍ରମିଳା ମଲ୍ଲିକ ଅଭିଯୋଗ କରିଛନ୍ତି।

ବିଧାନସଭାରେ ଲୋକାୟୁକ୍ତ ସଂଶୋଧନ ବିଲ୍‌କୁ ପାରିତ କରାଯାଇଥିଲା। ହେଲେ ବିନା ଆଲୋଚନାରେ ବିଲ୍‌ ପାସ୍‌ କରିଥିବାରୁ ବିରୋଧୀ ଏହାକୁ ନେଇ ହୋହଲ୍ଲା କରିଥିଲେ। ବିରୋଧୀ ଦଳ ନେତାଙ୍କୁ କହିବାକୁ ସୁଯୋଗ ଦିଆଯାଇ ନ ଥିବା ସେମାନେ ଅଭିଯୋଗ କରିଥିଲେ। ପରିସ୍ଥିତି ଏଭଳି ଆସିଥିଲା ଯେ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଚେଷ୍ଟା କରିବା ସହ ଇଅରଫୋନ୍‌, କାଗଜ, ଚପଲ ଆଦି ଫିଙ୍ଗିଥିଲେ। ବିରୋଧୀଙ୍କ ଏଭଳି ହଙ୍ଗାମା ଯୋଗୁ ଗୃହକୁ ୪ଟା ଯାଏ ମୁଲତବୀ ଘୋଷଣା କରାଯାଇଥିଲା। ଏନେଇ ବିଷ୍ଣୁ ପ୍ରତିକ୍ରିୟା ରଖି କହିଥିଲେ, ବିନା ଆଲୋଚନାରେ ବିଲ୍‌ ପାରିତ ହେଉଛି। କେହି ଜଣେ ନୂଆ ବିଧାୟକ ଫିଙ୍ଗିଛନ୍ତି। ମୁଁ ଚପଲ ଫିଙ୍ଗିନାହିଁ। ସାମ୍ବିଧାନିକ ବିଧି ବ୍ୟବସ୍ଥାର ପାଳନ ବାଚସ୍ପତି କରୁନାହାନ୍ତି ବୋଲି ସେ କହିଛନ୍ତି। ସେହିଭଳି ଜୟନାରାୟଣ କିଛି ପଶ୍ଚାତାପ କରିବାର ନାହିଁ ବୋଲି କହିଛନ୍ତି। ତେବେ ଏହି ଘଟଣା ବିଧାନସଭା ଇତିହାସରେ କେବେ ହେଲେ ଏଭଳି ଅଭାବନୀୟ ଘଟଣା ଘଟି ନ ଥିବା କୁହାଯାଉଛି। ଏଥିସହ ବାଚସ୍ପତି ପୁରା ଘଟଣାର ତର୍ଜମା କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri