Posted inଜାତୀୟ

ଲୋକ ସଭାର ପୂରା ଅଧିବେଶନରୁ ନିଲମ୍ବିତ ହେଲେ ଅଧୀର ରଞ୍ଜନଙ୍କ ସମେତ ବହୁ ବିରୋଧୀ ନେତା

ନୂଆଦିଲ୍ଲୀ,୧୮।୧୨: ସଂସଦର ସୁରକ୍ଷା ଅଭାବକୁ ନେଇ ସୋମବାର ବିରୋଧୀ ଦଳମାନେ ସେମାନଙ୍କ ଦାବିରେ ଅଟଳ ରହିଛନ୍ତି। ଏହାକୁ ନେଇ ଲୋକ ସଭା ଓ ରାଜ୍ୟ ସଭାରେ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ଲୋକ ସଭା ବାଚସ୍ପତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ସମେତ ୩୦ ଜଣ ଏମ୍‌ପିଙ୍କୁ ଲୋକ ସଭାର ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରିଛନ୍ତି। ସେହିପରି ଅଧିକାର କମିଟିର ରିପୋର୍ଟ ଆସିବା ପର୍ଯ୍ୟନ୍ତ ୩ ଜଣ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି। ଅର୍ଥାତ୍‌ ମୋଟ ୩୩ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି । କିଛିଦିନ ପୂର୍ବେ ପୂରା ଅଧିବେଶନ ପାଇଁ ୧୩ ଜଣ ବିରୋଧୀ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଥିଲା ।

ଅଧୀର ରଞ୍ଜନଙ୍କ ବ୍ୟତୀତ ଜୟ କୁମାର, ଅପୂର୍ବା ପୋଦ୍ଦାର, ପ୍ରସୁନ ବାନାର୍ଜୀ, ମହମ୍ମଦ ୱାସିର, ଜି ସେଲଭମ, ସି.ଏନ ଆନ୍ନଦୁରାଇ, ଟି ସୁମତି, କେ ନବାସକାନି, କେ ବୀରସ୍ବାମୀ, ଏନ.କେ ପ୍ରେମଚନ୍ଦ୍ରନ, ସୌଗତ ରୟ, ଶତାବ୍ଦୀ ରୟ, ଅସିତ କୁମାର ମଲ, କୌଶଳେନ୍ଦ୍ର କୁମାର, ଏନଟୋ ଆଣ୍ଟୋନି, ଏସ ଏସ ପଲାନାମନିକ୍କମ, ଅବଦୁଲ ଖଲିଦ, ଥିରୁଭରୁସ୍କର, ବିଜୟ ବସନ୍ତ, ପ୍ରତୀମା ମଣ୍ଡଳ, କାକୋଳି ଘୋଷ, କେ ମୁରଲୀଧରନ, ସୁନୀଲ କୁମାର ମଣ୍ଡଳ, ଏସ ରାମ ଲିଙ୍ଗମ, କେ ସୁରେଶ, ଅମର ସିଂ, ରାଜମୋହନ ୟୁନିଥାନ, ଗୌରବ ଗୋଗୋଇ ଏବଂ ଟିଆର ବାଲୁଙ୍କୁ ନିଲମ୍ବିତ କରାଯାଇଛି। ତେବେ ଅଧିକାର କମିଟିର ରିପୋର୍ଟ ଆସିବା ପର୍ଯ୍ୟନ୍ତ ୩ ଜଣ ଏମ୍‌ପି କେ. ଜୟକୁମାର, ବିଜୟ ବସନ୍ତ ଏବଂ ଅବଦୁଲ ଖାଲିକଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?