ବିକାଶ ଯାତ୍ରାରେ ବିରୋଧୀ ଖୁସି ନୁହନ୍ତି: ନବୀନ

ଭୁବନେଶ୍ୱର,୩ା୧୦(ଅନିଲ ଦାସ):ରାଜ୍ୟର ବିକାଶ ଯାତ୍ରାରେ ବିରୋଧୀ ଖୁସି ନାହାନ୍ତି। ଲୋକଙ୍କୁ ଭୁଲ୍‌ ଖବର ଦେବାରେ ସେମାନେ ଖୁସି ହୁଅନ୍ତି। ନିର୍ବାଚନ ଆସିଲେ ବିରୋଧୀ ସବୁବେଳେ ଏମିତି କାମ କରିଥାନ୍ତି। ତେଣୁ ଜନତା ସବୁବେଳେ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରି ଆସୁଛନ୍ତି। ସେମାନଙ୍କ ଜନବିରୋଧୀ ଓ ବିକାଶ ବିରୋଧୀ ମନୋଭାବକୁ ଲୋକେ ଠିକ୍‌ ବୁଝିଛନ୍ତି। ବିରୋଧୀ ଜଗନ୍ନାଥ ଓ ଲିଙ୍ଗରାଜ ମନ୍ଦିର ବିକାଶ କାମ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି। ଜନସାଧାରଣ ସେମାନଙ୍କୁ କ୍ଷମା ଦେବେ ନାହିଁ। ସୋମବାର ଭୁବନେଶ୍ୱର ବଡ଼ଗଡ଼ ବ୍ରିଟ୍‌ସ୍ଥିତ କଳିଙ୍ଗ ବସ୍ତିରେ ବିଜେଡି ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ସେଠାକାର ନେତାଜୀ ଖେଳପଡ଼ିଆଠାରେ ଆୟୋଜିତ ଦଳୀୟ କର୍ମୀ ସମାବେଶକୁ ସମ୍ବୋଧିତ କରି ନବୀନ କହିଛନ୍ତି, ସାଧାରଣ ଲୋକଙ୍କ ଖୁସି, ଆମର ସବୁଠାରୁ ବଡ଼ ଖୁସି। ଗରିବ ଲୋକ, ମହିଳା, ଯୁବବର୍ଗ, ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ ପାଇଁ ବିଜେଡି କାମ କରୁଛି। ମା’ମାନଙ୍କୁ ସଶକ୍ତ କରିବା ପାଇଁ ବିଜେଡି କାମ କରୁଛି। ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷିତ ରଖିବାକୁ ଆଇନ ଆସିଛି। ବିଜେଡିର ପ୍ରୟାସ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜେଡି ପ୍ରତି ସାଧାରଣ ଲୋକଙ୍କ ଆତ୍ମବିଶ୍ବାସ ବୃଦ୍ଧିପାଇଛି। ରୂପାନ୍ତର ଓଡ଼ିଶା ପାଇଁ ଶକ୍ତି ଦେଇଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବରଦାନ ସାଜିଛି। ସରକାରୀ ଓ ଘରୋଇ ସ୍କୁଲ ମଧ୍ୟରେ ତାରତମ୍ୟ ହ୍ରାସ ପାଇଛି। ଖାଦ୍ୟ ସୁରକ୍ଷା, କ୍ରୀଡ଼ାର ବିକାଶ ଓ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଓଡ଼ିଶା ସମଗ୍ର ଦେଶ ଲାଗି ରୋଲ୍‌ ମଡେଲ ହୋଇଛି। ନିଯୁକ୍ତିର ନୂଆ ସୁଯୋଗ ଆସିଛି ବୋଲି ନବୀନ କହିଛନ୍ତି। ବିକାଶର ବାର୍ତ୍ତା ଘରେ ଘରେ ପହଞ୍ଚାଇବା ପାଇଁ କାମ କରିବାକୁ ନବୀନ ଦଳୀୟ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ନବୀନ ପଦଯାତ୍ରାରେ କର୍ମୀମାନଙ୍କ ଗହଣରେ କିଛି ବାଟ ଚାଲିଥିଲେ।
କାର୍ଯ୍ୟକ୍ରମରେ ଯୋଗଦେଇ ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି, ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓଡ଼ିଶାକୁ ଆଗେଇ ନେଇଛି। ଜାଗା ମିଶନ ବସ୍ତି ବାସିନ୍ଦାଙ୍କ ପାଇଁ ଅମୃତସମ ପାଲଟିଛି। ମୁଖ୍ୟମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ଏକାମ୍ର ଯୋଜନା, ନବୀନ ଓଡ଼ିଶା ଏବଂ ଜାଗା ମିଶନ ଭଳି ଐତିହାସିକ ପଦକ୍ଷେପ ନିଆଯାଇଛି। ମେୟର ସୁଲୋଚନା ଦାଶ ମଧ୍ୟ ତାଙ୍କ ଅଭିଭାଷଣରେ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠଥର ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଏମ୍‌ପି ଅମର ପଟ୍ଟନାୟକ ଓ ସୁଲତା ଦେଓ, ମେୟର ସୁଲୋଚନା ଦାଶ, ଡେପୁଟି ମେୟର ମଞ୍ଜୁଲତା କଅଁର, ଶ୍ରୀମୟୀ ମିଶ୍ର, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟଶାଣୀ ପ୍ରମୁଖ ଉପସ୍ଥିତ ଥିଲେ।
ଗାନ୍ଧୀ ଜୟନ୍ତୀଠାରୁ ସାରା ରାଜ୍ୟରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଆସନ୍ତା ୧୧ ତାରିଖ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ଏହି ପଦଯାତ୍ରା ଚାଲିବ। ଏଥିରେ ବିଜେଡିର ଏମ୍‌ପି, ବିଧାୟକ ଓ କର୍ମକର୍ତ୍ତା ଯୋଡ଼ିହୋଇ ପ୍ରତ୍ୟେକ ଗ୍ରାମରେ ରାଜ୍ୟ ସରକାରଙ୍କ ନିରନ୍ତର ବିକାଶର ବାର୍ତ୍ତା ପହଞ୍ଚାଇବା ସହ ଲୋକଙ୍କ ଅଭିଯୋଗ ଶୁଣିବେ। ଏଥିସହ ବିଜେଡି ପକ୍ଷରୁ ରକ୍ତଦାନ, ବୃକ୍ଷରୋପଣ ଭଳି ସାମାଜିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?