କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ

ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା କେନ୍ଦ୍ରୀୟ ଟ୍ରେଡ ୟୁନିଅନ, ସ୍ବାଧୀନ ଫେଡେରେଶନର ମିଳିତ ମଞ୍ଚ ଓ ସଂଯୁକ୍ତ କିଷାନ ମୋର୍ଚ୍ଚା, ମା’ ମାଟି ମାଳି ସୁରକ୍ଷା ମଞ୍ଚ ପକ୍ଷରୁ ୨୬ ଦଫା ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଦରବୃଦ୍ଧି ରୋକିବା, କୃଷିଜାତ ଦ୍ରବ୍ୟ ଉପରୁ ଜିଏସ୍‌ଟି ପ୍ରତ୍ୟାହାର, ମାଗଣା ଶିକ୍ଷା, ସମସ୍ତ ଆଦିବାସୀ ଓ ଜଙ୍ଗଲ ଅଧିବାସୀଙ୍କୁ ଜଙ୍ଗଲ ଜମିର ଅଧିକାର ପ୍ରଦାନ, ଲଘୁ ବନଜାତ ଦ୍ରବ୍ୟକୁ ଠିକ୍‌ ମୂଲ୍ୟ ପ୍ରଦାନ କରିବା ଆଦି ଦାବି କରାଯାଇଛି। ସେହିପରି କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ତିଜମାଳି ଉପରେ ଏବେ ବହୁରାଷ୍ଟ୍ରୀୟ କମ୍ପାନୀର ନଜର ପଡ଼ିଛି। ସେଠାରେ ଖଣି ଖନନ ନେଇ କମ୍ପାନୀ ମସୁଧା ଚଳାଇଥିବା ବେଳେ ଏହାକୁ ସ୍ଥାନୀୟ ଲୋକେ ବିରୋଧ କରିଆସୁଛନ୍ତି । ତୁରନ୍ତ କେନ୍ଦ୍ର ସରକାର ଗ୍ରାମସଭା ଅନୁଯାୟୀ ନିର୍ଦ୍ଦେଶ କରିବା ପାଇଁ ଦାବି ହୋଇଛି। ଏହି ଗଣଧାରଣାରେ ସଚେତନ ମଞ୍ଚ ନାଗରିକ କମିଟି ଆବାହକ ସତ୍ୟ ମାହାର, ସିପିଆଇ ରାଜ୍ୟ ପରିଷଦ ସମ୍ପାଦକ ମଣ୍ଡଳୀ ସଦସ୍ୟ ଦାମୋଦର ବେହେରା, ସିପିଆଇଏମ୍‌ର ବରିଷ୍ଠ ବାମପନ୍ଥୀ ନେତା ନବ ପଟ୍ଟନାୟକ, ଜନ ଜାଗରଣ ମଞ୍ଚର ଆବାହକ ଅଗଷ୍ଟ ନାଏକ, ମା’ ମାଟି ମାଲି ସୁରକ୍ଷା ମଞ୍ଚର ମୁନିଦେଇ, ସିପିଆଇ ଜିଲା ସହ ସମ୍ପାଦକ ସଞ୍ଜୟ ସୁନାନୀ, ବରିଷ୍ଠ ନେତା ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଲକ୍ଷ୍ମଣ ରଣବିର, ପାଚିକା ସହାୟକ ସଂଘର ବିଳାସିନୀ ଗୌଡ଼, ସିପିଆଇଏମ୍‌ର ଜିଲା ସମ୍ପାଦକ ସତ୍ୟଜିତ ଚାଟାର୍ଜୀ, ଏଆଇଏସ୍‌ଏଫ୍‌ର ଜିଲା ସଭାପତି ରାଜାରାମ ଡଙ୍ଗରୀ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?