Posted inଜାତୀୟ

ସଂସଦରେ କେନ୍ଦ୍ରର ଅଧ୍ୟାଦେଶକୁ ବିରୋଧ କରାଯାଇଛି, ଏବେଠାରୁ ଏତେ ପ୍ରଚାର କାହିଁକି? କେଜ୍‌ରିଓ୍ବାଲଙ୍କ ସର୍ତ୍ତ ଉପରେ ଖାର୍ଗେଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୬: ବିରୋଧୀ ଏକତା ସମ୍ପର୍କରେ ଶୁକ୍ରବାର ବିହାରରେ ଏକ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କଂଗ୍ରେସ ସମେତ ବିରୋଧୀ ଦଳ ଭାଜପା ବିରୋଧରେ ରଣନୀତି ଉପରେ ଆଲୋଚନା କରିବାକୁ ଯାଉଛନ୍ତି। ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଧ୍ୟ ଭାଗ ସାମିଲ ହେବାକୁ ଯାଉଛନ୍ତି, କିନ୍ତୁ ସେ ଏହି ବୈଠକରେ ସମ୍ପର୍କରେ କିଛି ସର୍ତ୍ତ ରଖିଛନ୍ତି ଯେଉଁଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ପ୍ରତିକ୍ରିୟା ଆସିଛି।

କେଜ୍‌ରିଓ୍ବାଲଙ୍କ ସର୍ତ୍ତ ଉପରେ ଖାର୍ଗେ କହିଛନ୍ତି, ଏହି ଅଧ୍ୟାଦେଶ ସଂସଦରେ ବିରୋଧ କରାଯାଇଛି, କିନ୍ତୁ ଏହାକୁ ବାହାରେ ପ୍ରଚାର କରାଯିବା ଉଚିତ୍‌ ନୁହେଁ, ସେ କାହିଁକି ବାହାରେ ଏତେ ପ୍ରଚାର କରୁଛନ୍ତି? ସେ କହିଛନ୍ତି, ଏହି ଅଧ୍ୟାଦେଶ ଗୃହରେ ଆଲୋଚନା ହେବା ଉଚିତ୍‌। ଆମେ ସମସ୍ତେ ଭାଜପା ବିରୋଧରେ ଳଢିବାକୁ ଚାହୁଁଛୁ, ଆଜି ଏନେଇ ଏକ ବୈଠକ କରିବାକୁ ଯାଉଛୁ। ଏହିବୈଠକରେ ଭାଜପା ବିରୋଧରେ ସମସ୍ତ ବିରୋଧୀ ଦଳର ମତ ଗଠନ ହେବ ଏବଂ ଏହା ଏକ ବାର୍ତ୍ତା ପଠାଇବ ଯେ ଭାଜପାକୁ ପରାସ୍ତ କରିବାକୁ ପଡିବ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବିରୋଧୀଦଳର ନେତାମାନଙ୍କୁ ଏକ ଚିଠି ଲେଖି ଜାତୀୟ ରାଜଧାନୀ ଦିଲ୍ଲୀରେ ପ୍ରଶାସନିକ ସେବା ନିୟନ୍ତ୍ରଣ ଉପରେ କେନ୍ଦ୍ରର ଅଧ୍ୟାଦେଶ ଉପରେ ଆଲୋଚନା କରିବାକୁ ଏବଂ ଆଜି ହେବାକୁ ଥିବା ଅଣ ଭାଜପା ଦଳର ବୈଠକରେ ଏହି ପ୍ରସଙ୍ଗରେ ସେମାନଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ କହିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି, ଯଦି ବିରୋଧୀ ଏହି ବୈଠକରେ ପ୍ରଥମେ ଏହି ପ୍ରସଙ୍ଗରେ ଆଲୋଚନା ନ କରନ୍ତି, ତେବେ ଆମ ଆଦମୀ ପାର୍ଟି ସେହି ବୈଠକରୁ ବାହାରି ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri