୨ବର୍ଷ ନୂଆ ନିଯୁକ୍ତି ନ ହେବା ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ସେହି ଅନୁଯାୟୀ ଆଗକୁ ଆଉ କିଛି ନୂଆ ପଦବୀ ସୃଷ୍ଟି ହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହେବାପରେ ବିରୋଧୀ ବର୍ଷିଛନ୍ତି। ଉଭୟ କଂଗ୍ରେସ ଏବଂ ଭାଜପା ଏହା ବିରୋଧରେ ମୁହଁ ଖୋଲିଥିବା ବେଳେ ରାଜ୍ୟ ସରକାର ମଧ୍ୟ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଅଭିନବ ଉପାୟରେ ଭିକ୍ଷାମାଗି, ଜୋତାପଲିସି କରି ଓଡ଼ିଶା ସରକାରଙ୍କ ଦୁଇବର୍ଷ ସରକାରୀ ନିଯୁକ୍ତି କାଟ୍‌କୁ ପ୍ରତିବାଦ କରାଯାଇଛି। ପ୍ରବାସୀ ଶ୍ରମିକମାନେ ଏବେ ବିନା କାମରେ ଘରେ ବସିଛନ୍ତି, ଏହି ମୁହୂର୍ତ୍ତରେ ସରକାରଙ୍କର ଏହି କଠୋର ନିଷ୍ପତ୍ତି ଓଡ଼ିଶାର ଶିକ୍ଷିତ ଯୁବତୀଯୁବକ ଏବଂ ସେମାନଙ୍କ ଅଭିଭାବକ ମାନସିକ ଚାପଗ୍ରସ୍ତ ହେବେ ବୋଲି ଲେଙ୍କା କହିଛନ୍ତି। ସେହିପରି ଏକ ପ୍ରେସ୍‌ ବାର୍ତ୍ତା ମାଧ୍ୟମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ, ଓଡ଼ିଶା ସରକାରଙ୍କ ଆଗାମୀ ଦୁଇବର୍ଷ ପାଇଁ ନିଯୁକ୍ତି ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷକୁ ୨ ଲକ୍ଷ କର୍ମନିଯୁକ୍ତି ଯୋଗାଇଦେବା ନେଇ ଆଗରୁ ଘୋଷଣା କରିଥିଲେ। କୋଭିଡ୍‌ ବିପତ୍ତି ସମୟରେ ଯେତେବେଳେ କର୍ମନିଯୁକ୍ତିର ଘୋର ଅଭାବ ଦେଖାଦେଇଛି ସେ ସମୟରେ ଲୋକଙ୍କୁ କର୍ମନିଯୁକ୍ତି ଦେବା ସରକାରଙ୍କ ପ୍ରାଥମିକତା ହେବା ଉଚିତ। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କହିଛନ୍ତି ଯେ, ୨୦ବର୍ଷ ଭିତରେ କେବଳ ଖର୍ଚ୍ଚ କାଟ କରି ସରକାର ଚଲାଇଛନ୍ତି। ସରକାରୀ ନିଯୁକ୍ତିକୁ ୨ ବର୍ଷ ଲାଗି ବନ୍ଦ କରିବା ନିଷ୍ପତ୍ତିି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ନିଜ ଦାୟିତ୍ୱରୁ ଖସିଯିବାର ଏକ ଷଡ଼ଯନ୍ତ୍ର ବୋଲି ପ୍ରଦୀପ୍ତ ଅଭିଯୋଗ କରିଛନ୍ତି। ବିରୋଧୀ ଏଭଳି ଅଭିଯୋଗ କରୁଥିବାବେଳେ ଅର୍ଥ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ନିଯୁକ୍ତି ବନ୍ଦ ହୋଇନାହିଁ। ଚାଲିଥିବା ପ୍ରକ୍ରିୟା ଜାରି ରହିବ। ଦୁଇବର୍ଷ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। କେତେକେ ଭାବୁଛନ୍ତି ନିଯୁକ୍ତି ବନ୍ଦ ହୋଇଗଲା। ମାତ୍ର ପ୍ରକୃତ କଥା ହେଲା, କୌଣସି ନୂଆ ପଦବୀ ସୃଷ୍ଟି ହେବନାହିଁ। କିଛି ସମୟ ପର୍ଯ୍ୟନ୍ତ କେବଳ ନୂଆ ପଦବୀ ସୃଷ୍ଟି ଉପରେ କଟକଣା ଲାଗିଛି। ଖାଲି ଥିବା ପଦବୀ ପୂରଣ ହେବ ବୋଲି ଅର୍ଥ ବିଭାଗ ସ୍ପଷ୍ଟୀକରଣ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri