Posted inଜାତୀୟ

ଆଦାନୀ ପ୍ରସଙ୍ଗରେ ସଂସଦ ଭବନରେ ପ୍ରଦର୍ଶନ କଲେ ବିରୋଧୀ ଦଳ…

ନୂଆଦିଲ୍ଲୀ,୬।୨ : ଆଦାନୀ ପ୍ରସଙ୍ଗରେ ସଂସଦ ଭବନରେ ବିରୋଧୀ ଦଳ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ, ଡିଏମକେ, ଏନସିପି, ବିଆରଏସ, ଜେଡିୟୁ, ଏସପି, ସିପିଏମ, ସିପିଆଇ, କେରଳ କଂଗ୍ରେସ (ଜୋସେ ମଣି), ଜେଏମଏମ, ଆରଜେଡି, ଆରଏସପି, ଏଏପି, ଆଇଏମଏଲ, ଆରଜେଡି ଏବଂ ଶିବସେନା ସଂସଦ ଅଧିବେଶନ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଏହି ବୈଠକ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଚାମ୍ବରରେ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ, ଆଦାନୀ-ହିଣ୍ଡେନବର୍ଗ ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ରଣନୀତି ପ୍ରସ୍ତୁତ ଉପରେ ଆଲୋଚନା ହୋଇଥିଲା। ବିରୋଧୀ ଦଳ ନିଷ୍ପତ୍ତି ନେଇଛନ୍ତି ଯେ ସେମାନେ ସଂସଦର ଉଭୟ ଗୃହରେ ସ୍ଥଗିତାଦେଶପ୍ରେସ୍ତାବ ଦେବେ। ଆଦାନୀ ମାମଲା ଉପରେ ଆଲୋଚନା ପାଇଁ ଦାବି ହେବ। ଏହା ବ୍ୟତୀତ ଅନ୍ୟ କିଛି କାମ ହେବ ନାହିଁ ।

ଆଦାନୀ ମାମଲାରେ କଂଗ୍ରେସ ଏମ୍‌ପି କେ.ସି ଭେନୁଗୋପାଲ କହିଛନ୍ତି ଯେ ଆମେ ମିଳିତ ସଂସଦୀୟ କମିଟି (ଜେପିସି) ତଦନ୍ତ ଚାହୁଁଛୁ, ସରକାର ସବୁକିଛି ଲୁଚାଇବାକୁ ଚାହୁଁଛନ୍ତି। ସରକାରଙ୍କ ଦୁର୍ନୀତିର ପର୍ଦ୍ଦାଫାଶ ହୋଇଛି।
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି ଯେ ଆମେ ଦେଇଥିବା ନୋଟିସ ୨୬୭ ଉପରେ ଆଲୋଚନା ହେବା ଉଚିତ କାରଣ ଏହା ରାଷ୍ଟ୍ରପତିଙ୍କ ଅଭିଭାଷଣଠାରୁ ଭିନ୍ନ ବିଷୟ। ଆମେ ଚାହୁଁ ଏହା ପ୍ରଥମେ ଆଲୋଚନା କରାଯାଉ। ଆମେ ରାଷ୍ଟ୍ରପତିଙ୍କ ଅଭିଭାଷଣ ବିଷୟରେ ଆଲୋଚନା କରିବାକୁ ପ୍ରସ୍ତୁତ, କିନ୍ତୁ ସମଗ୍ର ଦେଶରେ ଘଟୁଥିବା ବିଶୃଙ୍ଖଳା ଉପରେ ପ୍ରଧାନମନ୍ତ୍ରୀ ଉତ୍ତର ଦେବା ଜରୁରୀ।

ବିରୋଧୀ ଏମ୍‌ପିମାନେ ସଂସଦ ପରିସରରେ ଏକାଠି ହୋଇ ମହାତ୍ମା ଗାନ୍ଧୀ ପ୍ରତିମୂର୍ତ୍ତି ସମ୍ମୁଖରେ ବିରୋଧ ପ୍ରଦର୍ଶନ କରି ମିଳିତ ସଂସଦୀୟ କମିଟି (ଜେପିସି) କିମ୍ବା ଆଦାନୀ ଗ୍ରୁପ ମାମଲାର ସୁପ୍ରିମକୋର୍ଟଙ୍କ ତଦାରଖ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri