Posted inଜାତୀୟ

ଉପବାଚସ୍ପତି ପଦ ନ ମିଳିଲେ ଏମିତି ପଦକ୍ଷେପ ନେବ ବିରୋଧୀ ମେଣ୍ଟ

ନୂଆଦିଲ୍ଲୀ,୧୬ା୬:ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପଦ ଲାଗି ଆସନ୍ତା ୨୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବିରୋଧୀ ଇଣ୍ଡିଆ ବ୍ଲକ୍‌ ଉପବାଚସ୍ପତି ପଦ ଉପରେ ନଜର ରଖିଛି। ଯଦି ଏହାକୁ ଉପବାଚସ୍ପତି ପଦ ନ ମିଳେ ତେବେ ବିରୋଧୀ ଦଳଗୁଡ଼ିକ ବାଚସ୍ପତି ନିର୍ବାଚନରେ ପ୍ରାର୍ଥୀ ଦେଇପାରନ୍ତି ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଅଷ୍ଟାଦଶ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଜୁନ୍‌ ୨୪ରୁ ଆରମ୍ଭ ହୋଇ ଜୁଲାଇ ୩ ପର୍ଯ୍ୟନ୍ତ ଚାଲିବ। ସପ୍ତଦଶ ଲୋକ ସଭାରେ ଭାଜପାର ଓମ୍‌ ବିର୍ଲା ବାଚସ୍ପତି ଥିବାବେଳେ ଉପବାଚସ୍ପତି ପଦ ଖାଲି ପଡ଼ିଥିଲା। ଏଥର ଇଣ୍ଡିଆ ବ୍ଲକ୍‌ ୨୩୩ ଆସନରେ ଜିତି ଏକ ସୁଦୃଢ଼ ବିରୋଧ ମେଣ୍ଟର ଭୂମିକା ନେବାକୁ ଯାଉଛି। ଭାଜପା ଅନ୍ୟ ସହଯୋଗୀ ଦଳମାନଙ୍କ ସହଯୋଗରେ ତୃତୀୟ ଥର ସରକାର ଗଢ଼ିବାକୁ ସମର୍ଥ ହୋଇଛି। ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀଡେପୁଟି ସ୍ପିକର ଏକ ନିରପେକ୍ଷ କାର୍ଯ୍ୟାଳୟ। ସେ ବାଚସ୍ପତିଙ୍କ ଅଧୀନ ନୁହନ୍ତି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ନିକଟରେ ଇଣ୍ଡିଆ ବ୍ଲକ୍‌ର ଯୋଜନା ସମ୍ପର୍କରେ ଶେୟାର କରିଥିଲେ। ଯଦି ଚନ୍ଦ୍ରାବାବୁ ନାଇଡୁଙ୍କ ଟିଡିପିକୁ ବାଚସ୍ପତି ପଦ ନ ମିଳେ, ତେବେ ଏହି ପଦବୀ ପାଇଁ ଟିଡିପି ପ୍ରାର୍ଥୀଙ୍କୁ ଇଣ୍ଡିଆ ବ୍ଲକ୍‌ ପୂରା ସମର୍ଥନ ଯୋଗାଇଦେବ ବୋଲି ରାଉତ କହିଛନ୍ତି। ଚନ୍ଦ୍ରାବାବୁ ମଧ୍ୟ ବାଚସ୍ପତି ପଦ ପାଇଁ ପୂର୍ବରୁ ଦାବି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri