ମୌସୁମୀ ଅଧିବେଶନ ପାଇଁ ବିରୋଧୀ-ଶାସକ ସଜବାଜ

ଭୁବନେଶ୍ୱର,୧୨ା୯(ରବିନାରାୟଣ ଜେନା): ଚଳିତମାସ ୧୮ରୁ ୨୫ ତାରିଖ ଯାଏ ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଏଥିନେଇ ସେପ୍ଟେମ୍ବର ୧୬ରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ରହିଥିବାବେଳେ ବିରୋଧୀମାନେ ଏହି ଅଧିବେଶନ ବେଳେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି।
ଗୁରୁବାର ଲୋକସେବା ଭବନରେ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ କହିଛନ୍ତି, ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଗୃହ ଚାଲିବ। ଅଧିବେଶନଟି ସ୍ବଳ୍ପ ସମୟର ହେଲେ ମଧ୍ୟ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାକୁ ରହିଛି। ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ଅଧିବେଶନ ପୂର୍ବରୁ ସବୁ ଦଳର ସଦସ୍ୟଙ୍କୁ ନେଇ ବାଚସ୍ପତି ବୈଠକ କରିବେ। ଏହି ସମୟରେ ଗୃହ କିପରି ସୁରୁଖୁରୁରେ ଚାଲିବ ତାହା ଉପରେ ବିସ୍ତୃତ ଆଲୋଚନା ହେବ। ଗୃହ କାର୍ଯ୍ୟରେ ସହଯୋଗ କରିବାପାଇଁ ବିରୋଧୀ ସଦସ୍ୟଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଅଧିବେଶନକାଳରେ ବିରୋଧୀ ଯେଉଁସବୁ ଗଠନମୂଳକ ପ୍ରସ୍ତାବ ଉପରେ ଆଲୋଚନା କରିବାକୁ ଚାହିଁବେ ତାହା ଉପରେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ବୋଲି ସେ କହିଛନ୍ତି।
କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି; ଯେଉଁଥିପାଇଁ ସରକାର ମୌସୁମୀ ଅଧିବେଶନ ପାଇଁ ପଛଘୁଞ୍ଚା ଦେଉଥିଲେ। ଏବେ ଏହି ସ୍ବଳ୍ପ ଅଧିବେଶନ ବେଳେ କଂଗ୍ରେସ ପକ୍ଷରୁ ନାରୀ ନ୍ୟାୟ ସହିତ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯିବ। ଏହାସହିତ ଚାଷୀ, ଆଦିବାସୀ, ଦଳିତଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବଠାରୁ ଆରମ୍ଭ କରି ଛାତ୍ର ସଂସଦ ନିର୍ବାଚନ ପର୍ଯ୍ୟନ୍ତ ବହୁତ କିଛି ପ୍ରସଙ୍ଗ କଂଗ୍ରେସ ଆଣିବ ବୋଲି ସେ କହିଥିଲେ।
ଅନ୍ୟପକ୍ଷରେ ପ୍ରମୁଖ ବିରୋଧୀଦଳ ବିଜେଡି ଏହି ଅଧିବେଶନରେ ଦଳର ଆଭିମୁଖ୍ୟ କ’ଣ ରହିବ ସେନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହିଁ। ଏସମ୍ପର୍କରେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ଖୁବ୍‌ଶୀଘ୍ର ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହେବ ଏବଂ ତାହା ରାଜ୍ୟବାସୀ ଜାଣି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri