କୃଷି ବିଲ୍‌କୁ ବିରୋଧ: ଗାନ୍ଧୀ ମୂର୍ତ୍ତିତଳେ ସତ୍ୟାଗ୍ରହ କଲେ ଚାଷୀ

ବରଗଡ଼ ଅଫିସ,୨।୧୦: କୃଷି ବିଲ୍‌କୁ ନେଇ ବିରୋଧର ସ୍ବର ଥମିବାର ନାଁ ନେଉ ନାହିଁ। ଏହାକୁ ନେଇ ଦିନକୁ ଦିନ ଆନ୍ଦୋଳନ ତେଜି ଉଠୁଛି । ବରଗଡ଼ ଜିଲାରେ ମଧ୍ୟ ବିରୋଧ, ଆନ୍ଦୋଳନର ତାତି ବଢ଼ି ଚାଲିଛି। ଶୁକ୍ରବାର ଜିଲାର ଜୟ କିଶାନ ଆନ୍ଦୋଳନ ଏବଂ ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ନେତୃତ୍ୱରେ ଚାଷୀ ପ୍ରତିନିଧିମାନେ ସଂଗଠିତ ହୋଇ ବରଗଡ଼ ଗାନ୍ଧୀଛକସ୍ଥିତ ଗାନ୍ଧୀଙ୍କ ମୂର୍ତ୍ତିତଳେ ଧାରଣା ଦେବା ସହିତ ସତ୍ୟାଗ୍ରହ ଆରମ୍ଭ କରିଛନ୍ତି । ଏକ ଶୋଭାଯାତ୍ରାରେ ଚାଷୀମାନେ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଗାନ୍ଧୀ ମୂର୍ତ୍ତିତଳକୁ ଆସିଥିଲେ ଏବଂ ସେଠାରେ ଉଦ୍‌ବୋଧନ ଦେଇଥିଲେ। କୃଷି ବିଲ୍‌ ଦ୍ବାରା ଚାଷୀଙ୍କ ସ୍ବାର୍ଥ ସୁରକ୍ଷିତ ନୁହେଁ। ଏହାଦ୍ବାରା ସମଗ୍ର କୃଷିକ୍ଷେତ୍ର କମ୍ପାନୀ ହାତକୁ ଚାଲିଯିବ ଏବଂ ଚାଷୀମାନେ ପୂର୍ବାପେକ୍ଷା ଅଧିକ ଶୋଷିତ ହେବେ ବୋଲି ଚାଷୀ ପ୍ରତିନିଧିମାନେ କହିଛନ୍ତି। ଚାଷୀଙ୍କ ପ୍ରତି ସରକାରଙ୍କ ଏଭଳି ବୈମାତୃକ ମନୋଭାବ ପ୍ରତିବାଦରେ ଆଗକୁ ଆନ୍ଦୋଳନ ଆହୁରି ବ୍ୟାପକ ହେବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି। ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତିର ଆବାହକ ଲିଙ୍ଗରାଜ, ଜୟ କିଶାନ ଆନ୍ଦୋଳନର ସୁଶିଲ ସାହୁ, ରମେଶ ମହାପାତ୍ର, ହର ବଣିଆ, କିଶୋର ସାହୁଙ୍କ ସମେତ ବହୁସଂଖ୍ୟକ ଚାଷୀ ପ୍ରତିନିଧିମାନେ ଏଥିରେ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri