କୃଷି ଆଇନକୁ ବିରୋଧ: କଂଗ୍ରେସର ରାଜପଥ ଅବରୋଧ

ପାଟଣା,୨୭।୯(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ସାରା ଦେଶରେ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିଲେ। ତେବେ ଏହାକୁ କଂଗ୍ରେସ, ବାମଦଳ ସହ ବିଭିନ୍ନ କୃଷକ ସଂଗଠନ ସମର୍ଥନ କରିଛନ୍ତି। କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ନିକଟରେ ପାଟଣା ବ୍ଲକ କଂଗ୍ରେସ ସଭାପତି ଶତ୍ରୁଘ୍ନ ସିଂହଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଜାତୀୟ ରାଜପଥକୁ ଅବରୋଧ କରି ଦୁର୍ନୀତିଗ୍ରସ୍ତ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିବା ସହ ତୁରନ୍ତ କୃଷି ଆଇନ ପ୍ରତ୍ୟାହାର, ତୈଳ ଓ ଇନ୍ଧନ ଦର କମାଇବା ବେକାରୀ ସମସ୍ୟା ଦୂର ଆଦି ଦାବିରେ ଜାତୀୟ ରାଜପଥକୁ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହଛି। ଏହି ବିକ୍ଷୋଭରେ ଜିଲା କଂଗ୍ରେସ ଉପସଭାପତି କୈଳାସ ଚନ୍ଦ୍ର ବାରିକ, ଗୋବର୍ଦ୍ଧନ ସିଂ, ପ୍ରଫୁଲ ଦାସ, ଈଶ୍ୱର ଚନ୍ଦ୍ର ଦେହୁରୀ,ସୁବଳ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri