ଗୋଳାବାରୁଦ କାରଖାନାକୁ ବିରୋଧ, ୧୫୦ ଜଣଙ୍କ ପାଇଁ ବିପଦରେ ପଡ଼ିବେ ଦେଢ଼ ଲକ୍ଷ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ମହାରାଷ୍ଟ୍ରର ଏକ ଘରୋଇ ବିସ୍ଫୋରକ ଉତ୍ପାଦନ କମ୍ପାନୀ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଘାଟିପଲ୍ଲୀ ଓ ଲଣ୍ଡେଇହିଲଠାରେ ଗୋଳାବାରୁଦ କାରଖାନା ନିର୍ମାଣ ଯୋଜନା କରୁଛି। ତେଣୁ ଏହାକୁ ସଂପୃକ୍ତ ଅଞ୍ଚଳବାସୀ ଦୃଢ଼ ବିରୋଧ କରୁଛନ୍ତି। ଏହିଭଳି ପରିସ୍ଥିତିରେ ରବିବାର ସିପିଆଇ (ଏମ) ପୂର୍ବତନ ରାଜ୍ୟ ସଂପାଦକ ଅଳି କିଶୋର ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ଟିମ ଘଟଣାସ୍ଥଳକୁ ପରିଦର୍ଶନ କରି ଉକ୍ତ ପ୍ରକଳ୍ପ ନିର୍ମାଣ ଯୋଜନାକୁ ବିରୋଧ କରିଥିଲେ। ଏଥିସହ ଏନେଇ ସଂପୃକ୍ତ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଥିଲେ। କାରଖାନା ଯେଭଳି ସେଠାରେ ନହେବ ସେଥିପାଇଁ ରାଜ୍ୟସାରା ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ପଟ୍ଟନାୟକ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି। ଗୋଳାବାରୁଦ କାରଖାନା ହେଲେ ତାହାର କୁପ୍ରଭାବ ୧୦ କି.ମି.ପର୍ଯ୍ୟନ୍ତ ପଡିବ। ବେଲଗୁଣ୍ଠା ଏବଂ ଜଗନ୍ନାଥପ୍ରସାଦ ସହରରେ ମଧ୍ୟ ତାହାର କୁପ୍ରଭାବ ପଡିବ। କାରଖାନା ନିର୍ମାଣ ହେଲେ ମାତ୍ର ୧୫୦ ଜଣ ମଧ୍ୟରେ ନିଯୁକ୍ତି ପାଇବେ। କିନ୍ତୁ ଏହାର କୁପ୍ରଭାବ ଦେଢ଼ ଲକ୍ଷ ଲୋକଙ୍କ ଉପରେ ପଡିବ। ବାୟୁ, ଜଳ ,ଜଙ୍ଗଲ ଉପରେ ପ୍ରଭାବ ପଡିବ। ତେଣୁ ସରକାର ଏନେଇ କିଛି ପଦକ୍ଷେପ ନେବାକୁ ଦାବି ହୋଇଛି। ସିପିଆଇଏମ ଗଞ୍ଜାମ ଜିଲା ସମ୍ପାଦକ ଯୁଧିଷ୍ଠିର ବେହେରା, କ୍ଷେତ ମଜଦୂର ସମ୍ପାଦକ ବିଦ୍ୟାଧର ଜେନା , ଓଡିଶା କୃଷକ ସଭା ଜିଲା ସମ୍ପାଦକ ହରି କୃଷ୍ଣ ରେଡି,ବିଭୁ ପ୍ରସାଦ ପାଣିଗ୍ରାହୀ, ନୀଳମଣି ଗୁରୁ, ଯୁବ ନେତା ଦିଲ୍ଲୀପ ପଗଡ଼,ଦୀନ ବନ୍ଧୁ ଜେନା,ବରିଷ୍ଠ ଆଇନଜୀବୀ ତଥା ସିପିଆଇ (ଏମ) ନେତା ଅଭିମନ୍ୟୁ ଗୌଡ଼ ପ୍ରମୁଖ ଟିମରେ ସାମିଲ ଥିଲେ। କମ୍ପାନୀ ପାଇଁ ଆସନ୍ତା ୩୦ରେ ହେବାକୁ ଥିବା ଜନ ଶୁଣାଣି ଶିବିରକୁ ସ୍ଥଗିତ କରିବା ସହ ଜନ ସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ଏହାକୁ ବନ୍ଦ କରିବାକୁ ସରକାରଙ୍କ ପାଖରେ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri