ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ ଦଳର ସିଂହଭାଗ ନେତା ଓ ନେତ୍ରୀ ଗ୍ରହଣ କରିପାରି ନ ଥିବା ଦେଖିବାକୁ ମିଳିଛି। ଫଳରେ ଗଣଇସ୍ତଫା ଦେଇଛନ୍ତି ଦଳର ବରିଷ୍ଠ, ମହିଳା ଓ ଯୁବନେତା। ପୌର ପରିଷଦର ୧୯ଜଣ କାଉନସିଲର ଓ ରାୟଗଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ବିଜେଡି ପ୍ରାଥମିକ ସଦସ୍ୟତା ଓ ଦଳୀୟ ପଦବୀରୁ ଇସ୍ତଫା ଦେଇଛନ୍ତି। ନିଜର ଇସ୍ତଫାପତ୍ର ଦଳର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଏଥିସହ ଏହାର ନକଲ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଜିଲା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକଙ୍କ ନିକଟକୁ ପଠାଇଥିବା ସୂଚନା ମିଳିଛି। ଏହା ଏବେ ଅନସୂୟାଙ୍କ ପାଇଁ ଅଡ଼ୁଆ ସ୍ଥିତି ସୃଷ୍ଟି କରିଛି। ସମସ୍ତେ ନିଜ ଇସ୍ତଫାପତ୍ରରେ ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ବିଜେଡି ରାଜ୍ୟ ସମ୍ପାଦକ ଅମିୟ ସ୍ବାଇଁ, ଚନ୍ଦ୍ରକାନ୍ତ ସାମଲ, ବିଜୁ ମହିଳା ଜନତା ଦଳ ଜିଲା ସଭାନେତ୍ରୀ ଶ୍ରମିତା ପାଢ଼ୀ, ବିଜୁ ଯୁବ ଜନତା ଦଳ ଜିଲା ସଭାପତି ଅବିନାଶ ବିଶୋୟୀ ପ୍ରମୁଖ ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ସେହିପରି ପୌର ପରିଷଦର ୧୯ଜଣ କାଉନସିଲର ଓ ରାୟଗଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ଦଳୀୟ ପଦବୀରୁ ଇସ୍ତଫା ଦେଇଛନ୍ତି।
ସ୍ଥାନୀୟ ଏକ ହୋଟେଲରେ ଖବରଦାତା ସମ୍ମିଳନୀ କରି ସମସ୍ତ ପ୍ରାର୍ଥୀ ଇସ୍ତଫା ଦେଇଥିବା ସୂଚନା ଦେଇଛନ୍ତି। ପ୍ରାର୍ଥୀ ଚୟନ କ୍ଷେତ୍ରରେ ସ୍ଥାନୀୟ ନେତା, କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ବିନା ମତାମତରେ କେଉଁ ଆଧାରରେ ପ୍ରାର୍ଥୀ ଚୟନ କରାଯାଇଛି ବୋଲି ଏମାନେ ପ୍ରଶ୍ନ କରିଛନ୍ତି। ଏପରିକି ତୃଣମୂଳ ସ୍ତରରେ କାମ କରୁଥିବା କର୍ମୀ ଓ ପୁରୁଖା ନେତାଙ୍କୁ ଅଣଦେଖା କରି ଦଳ ଏଭଳି ପ୍ରାର୍ଥୀ ଚୟନ କରିଛି ବୋଲି ଅଭିଯୋଗ କରାଯାଇଛି।
ପ୍ରାର୍ଥୀ ଘୋଷଣା ପରେ ଦଳର ବରିଷ୍ଠ, ମହିଳା ଓ ଯୁବନେତାମାନେ ଦଳ ଛାଡ଼ିବା ଆଗାମୀ ଦିନରେ ଦଳ ଉପରେ ବିପରୀତ ପ୍ରଭାବ ପକାଇବା ନେଇ ରାଜନୈତିକ ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି। ଏ ନେଇ ବିଜେଡି ଜିଲା ସଭାପତି ସୁଧୀର ଦାସଙ୍କୁ ପଚାରିବାରୁ ବିଜେଡି ଏକ ଶୃଙ୍ଖଳିତ ଦଳ ଏବଂ ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। ଦଳରୁ ଇସ୍ତଫା ଦେଇଥିବା ନେତାଙ୍କ ବିଷୟରେ ବିଚାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri