କେନ୍ଦ୍ର ସରକାରଙ୍କ କୃଷି, ଶ୍ରମିକ ବିରୋଧୀ ଆଇନ ପ୍ରଣୟନକୁ ବିରୋଧ

ଦିଗପହଣ୍ଡି,୨୩ା୯(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍‌ଷ୍ଟାଣ୍ଡଠାରେ ସର୍ବଭାରତୀୟ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଙ୍କ ଡାକରା କ୍ରମେ ବୁଧବାର ସିପିଆଇ,ସିପିଆଇ (ଏମ୍‌) ଏବଂ କଂଗ୍ରେସ ସମର୍ଥିତ ଏଆଇଟିୟୁସି, ସିଆଇଟିୟୁ, ଆଇଏନଟିୟୁସି ଶ୍ରମିକ ସଙ୍ଗଠନ ପକ୍ଷରୁ କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ବିରୋଧୀ ଆଇନ ପ୍ରଣୟନ ବିରୋଧରେ ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଗଞ୍ଜାମ ଜିଲା ସମ୍ପାଦକ ଅଳକ ନାଥ ମିଶ୍ର ସଭାରେ ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ସରକାରଙ୍କ କୃଷି,ଶିକ୍ଷା,ସ୍ବାସ୍ଥ୍ୟ, ବ୍ୟାଙ୍କିଙ୍ଗ, କର୍ପୋରେଟ, ଫୋରେନସିକ ମେଡ଼ିସିନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂକ୍ରାନ୍ତ ଜନବିରୋଧୀ ବିଲ୍‌ଗୁଡ଼ିକୁ ପାର୍ଲାମେଣ୍ଟରେ ଅନୁମୋଦନ କରିଛନ୍ତି। ଯାହାକି ଗଣତନ୍ତ୍ର ବିରୋଧୀ। କେନ୍ଦ୍ର ସରକାରଙ୍କ କୃଷକ ସଶକ୍ତିକରଣ ବିଲ ରେ ନାମମାତ୍ର ଓ କ୍ଷୁଦ୍ର ଚାଷୀମାନେ ଘୋର କ୍ଷତିର ସମ୍ମୁଖୀନ ହେବେ। ଚାଷୀ ତା’ର ଉତ୍ପାଦିତ ଫସଲର ଲାଭଜନକ ଦର ନ ପାଇ ଅଭାବୀ ବିକ୍ରିର ଶିକାର ହେବେ। ଏହି ମହାମାରୀ ସମୟରେ କେନ୍ଦ୍ର ସରକାର ବିଭିନ୍ନ ଆଇନର ସଂଶୋଧନ ବାତିଲ କରିଛନ୍ତି ତାହା ସମ୍ବିଧାନ ବିରୋଧୀ ଅଟେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଲିଥିବା ପାର୍ଲାମେଣ୍ଟ ଅଧିବେଶନକୁ ବିରୋଧ କରି ଦେଶ ବ୍ୟାପୀ ପ୍ରତିବାଦ ଆନ୍ଦୋଳନ ପରିପ୍ରେକ୍ଷୀରେ ଏହି ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ସିପିଆଇ (ଏମ୍‌) ଗଞ୍ଜାମ ଜିଲା କମିଟି କର୍ମକର୍ତ୍ତା ଅଶ୍ୱିନୀ ଦାସ, କୁରେଶୁ ପଣ୍ଡା, ପି. ଶିବ ଶଙ୍କର, ଉଜ୍ଜଳ ସାହୁ, ଭି. ସୁଦର୍ଶନ ରାଜୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri