କେନ୍ଦ୍ର ସରକାରଙ୍କ କୃଷି, ଶ୍ରମିକ ବିରୋଧୀ ଆଇନ ପ୍ରଣୟନକୁ ବିରୋଧ

ଦିଗପହଣ୍ଡି,୨୩ା୯(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍‌ଷ୍ଟାଣ୍ଡଠାରେ ସର୍ବଭାରତୀୟ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଙ୍କ ଡାକରା କ୍ରମେ ବୁଧବାର ସିପିଆଇ,ସିପିଆଇ (ଏମ୍‌) ଏବଂ କଂଗ୍ରେସ ସମର୍ଥିତ ଏଆଇଟିୟୁସି, ସିଆଇଟିୟୁ, ଆଇଏନଟିୟୁସି ଶ୍ରମିକ ସଙ୍ଗଠନ ପକ୍ଷରୁ କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ବିରୋଧୀ ଆଇନ ପ୍ରଣୟନ ବିରୋଧରେ ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଗଞ୍ଜାମ ଜିଲା ସମ୍ପାଦକ ଅଳକ ନାଥ ମିଶ୍ର ସଭାରେ ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ସରକାରଙ୍କ କୃଷି,ଶିକ୍ଷା,ସ୍ବାସ୍ଥ୍ୟ, ବ୍ୟାଙ୍କିଙ୍ଗ, କର୍ପୋରେଟ, ଫୋରେନସିକ ମେଡ଼ିସିନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂକ୍ରାନ୍ତ ଜନବିରୋଧୀ ବିଲ୍‌ଗୁଡ଼ିକୁ ପାର୍ଲାମେଣ୍ଟରେ ଅନୁମୋଦନ କରିଛନ୍ତି। ଯାହାକି ଗଣତନ୍ତ୍ର ବିରୋଧୀ। କେନ୍ଦ୍ର ସରକାରଙ୍କ କୃଷକ ସଶକ୍ତିକରଣ ବିଲ ରେ ନାମମାତ୍ର ଓ କ୍ଷୁଦ୍ର ଚାଷୀମାନେ ଘୋର କ୍ଷତିର ସମ୍ମୁଖୀନ ହେବେ। ଚାଷୀ ତା’ର ଉତ୍ପାଦିତ ଫସଲର ଲାଭଜନକ ଦର ନ ପାଇ ଅଭାବୀ ବିକ୍ରିର ଶିକାର ହେବେ। ଏହି ମହାମାରୀ ସମୟରେ କେନ୍ଦ୍ର ସରକାର ବିଭିନ୍ନ ଆଇନର ସଂଶୋଧନ ବାତିଲ କରିଛନ୍ତି ତାହା ସମ୍ବିଧାନ ବିରୋଧୀ ଅଟେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଲିଥିବା ପାର୍ଲାମେଣ୍ଟ ଅଧିବେଶନକୁ ବିରୋଧ କରି ଦେଶ ବ୍ୟାପୀ ପ୍ରତିବାଦ ଆନ୍ଦୋଳନ ପରିପ୍ରେକ୍ଷୀରେ ଏହି ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ସିପିଆଇ (ଏମ୍‌) ଗଞ୍ଜାମ ଜିଲା କମିଟି କର୍ମକର୍ତ୍ତା ଅଶ୍ୱିନୀ ଦାସ, କୁରେଶୁ ପଣ୍ଡା, ପି. ଶିବ ଶଙ୍କର, ଉଜ୍ଜଳ ସାହୁ, ଭି. ସୁଦର୍ଶନ ରାଜୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri