ଅପରାଜିତାଙ୍କ କାର୍ଯ୍ୟକ୍ରମକୁ ବିରୋଧ

ଭୁବନେଶ୍ୱର,୨୦।୩(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୪ ଅଞ୍ଚଳରେ ମଙ୍ଗଳବାର ରାତିରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଫଟୋଗ୍ରାଫର ଗାଡ଼ିର ଡ୍ରାଇଭରଙ୍କୁ କେତେଜଣ ଅସମାଜିକ ଯୁବକ ଆକ୍ରମଣ ଓ ଗାଳିଗୁଲଜ କରିଛନ୍ତି। ଯୁବକଙ୍କ ଆକ୍ରମଣରେ ଡ୍ରାଇଭର ଆହତ ହୋଇଛନ୍ତି। ତେବେ ସମ୍ପୃକ୍ତ ଯୁବକମାନେ କିଏ ଏବଂ କାହିଁକି ଏଭଳି କଲେ ତାହାର କାରଣ ଜଣାପଡିନାହିଁ। ଏନେଇ ଅପରାଜିତା କୌଣସି ଲିଖିତ ଅଭିଯୋଗ କରି ନ ଥିଲେ ମଧ୍ୟ ଥାନା ଅଧିକାରୀଙ୍କୁ ଫୋନ ଯୋଗେ ଘଟଣା ସମ୍ପର୍କରେ ଅବଗତ କରାଇଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଅଭିଯୋଗ ଅନୁଯାୟୀ, ୟୁନିଟ-୪ ଅଞ୍ଚଳରେ ବର-ଓସ୍ତ ଗଛର ମିଳନ କାର୍ଯ୍ୟକ୍ରମକୁ ଏମ୍‌ପି ଅପରାଜିତା ରାତି ପ୍ରାୟ ୮ଟାରେ ଯୋଗଦେବାକୁ ଯାଇଥିଲେ। ତାଙ୍କ ସହିତ ଏକ ଫଟୋଗ୍ରାଫର ଗାଡ଼ି ମଧ୍ୟ ଯାଇଥିଲା । ଉକ୍ତ ଗାଡିଟି ଛିଡ଼ା ହୋଇଥିବାବେଳେ କେତେଜଣ ଅସମାଜିକ ଯୁବକ ହଠାତ ଘଟଣାସ୍ଥଳରେ ପହଞ୍ଚି କାର୍ଯ୍ୟକ୍ରମକୁ ବିରୋଧ କରିବା ସହ ଗାଡ଼ି ବନେଟ ଉପରେ ଚଢି ହୋହଲ୍ଲା କରିଥିଲେ। ଏନେଇ ଉକ୍ତ ଗାଡ଼ିର ଡ୍ରାଇଭର ବିରୋଧ କରିବାରୁ ସମ୍ପୃକ୍ତ ଯୁବକମାନେ ଚାଳକଙ୍କୁ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିଲେ। ଅପରାଜିତାଙ୍କ ସମର୍ଥକମାନେ ପାଟି କରିବା ସହ ପୋଲିସ ଆସୁଥିବା କହିବାରୁ ସମ୍ପୃକ୍ତ ଯୁବକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri