ଡ୍ରେନ୍‌ ନିର୍ମାଣକୁ ବିରୋଧ

ଲୋଇସିଂହା,୧୬।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଜନ ପକ୍ଷରୁ ଲୋଇସିଂହା ବ୍ଲକ ବୁର୍ଡା ଜାତୀୟ ରାଜପଥ ୨୬ରୁ ଆଗଲପୁର ବ୍ଲକ ନଅଗାଁ(ଖ) ଭାୟା ବଡଟିକା ପର୍ଯ୍ୟନ୍ତ ୭.୪୩୦ କିମି ରାସ୍ତା ପ୍ରଧାନମନ୍ତ୍ରୀ ସଡକ ରାସ୍ତାରେ ସାମିଲ କରାଯାଇଛି। ୮ ସେପ୍ଟେମ୍ବର ୨୦୨୧ରୁ କାମ ଆରମ୍ଭ ହୋଇ ୭ ସେପ୍ଟେମ୍ବର ୨୦୨୨ରେ ଶେଷ ହେବା କଥା। ହେଲେ ବିଭାଗୀୟ ଅବହେଳାରୁ କାମ ବିଳମ୍ବିତ ହୋଇଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜରବଦଖଲ ସମସ୍ୟା ଯୋଗୁ ନିର୍ମାଣ ବିଳମ୍ବ ହେଉଥିବା ବିଭାଗ ପକ୍ଷରୁ କୁହାଯାଇଥିଲା। ଏହାପରେ ସ୍ଥାନୀୟ ତହସିଲ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଅଗାଁ(ଖ) ହାଇସ୍କୁଲ ଛକଠାରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ସେତେବଳେ ଜବରଦଖଲ ଉଚ୍ଛେଦ ବେଳେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଥିଲା। ଜବରଦଖଲ ଉଚ୍ଛେଦ ପରେ ମଧ୍ୟ ରାସ୍ତା କାମକୁ ତ୍ୱରାନ୍ବିତ କରାଯାଇ ନ ଥିଲା। ଉଚ୍ଛେଦର ୨ ମାସ ପରେ ରାସ୍ତା କାମ ସମ୍ପୂର୍ଣ୍ଣ ପାଇଁ କାମ ପୁଣି ଆରମ୍ଭ ହୋଇଛି। ହେଲେ ନଆଗାଁ(ଖ) ହାଇସ୍କୁଲ ଛକରେ ବୁର୍ଡା ପଟରୁ ଗଲାବେଳେ ବାମ ପଟରେ ପ୍ରଥମେ ଡ୍ରେନ ପାଇଁ ନିଅଁ ଖୋଳା ଚାଲିଛି। ଏବେ ଡ୍ରେନ ପାଇଁ ଯେଉଁଠି ନିଅଁ ଖୋଳା ଚାଲିଛି ତା ପଛକୁ ଏକ ପୁରଣା ଡ୍ରେନ ରହିଛି। ସେହି ଡ୍ରେନ ଉପରେ କେତେକ ପରିବାର ଘର ନିର୍ମାଣ କରିଛନ୍ତି। ଡ୍ରେନ ଆଗରେ ପୁଣି କାହିଁକି ଡ୍ରେନ କାମ ଚାଲିଛି ଏବଂ ରାସ୍ତାର ଅପରପାର୍ଶ୍ୱ ଜମି ଗୋଚର ହୋଇଥିଲେ ମଧ୍ୟ ପ୍ରଶାସନ ଜବରଦଖଲ ପାଇଁ ପଛଘଞ୍ଚା ଦେବାର ଉଦ୍ଦେଶ୍ୟ କଣ ବୋଲି ପ୍ରଶ୍ନ କରିଛନ୍ତି ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri