ଇଥାନଲ ପ୍ଲାଣ୍ଟକୁ ବିରୋଧ

ବରଗଡ଼,୧୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକର ଏସ୍‌. ଡୁମ୍ବେରପାଲି ଏବଂ ସୋହେଲା ବ୍ଲକ ଅଧୀନ ଲେବିଡ଼ି ପଞ୍ଚାୟତରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ବିରୋଧ ତେଜିଛି। ଏନେଇ ସୋମବାର ଅଞ୍ଚଳବାସୀ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଉଦ୍ଦେଶ୍ୟରେ ଗ୍ରାମବାସୀ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଇଥାନଲ ପ୍ଲାଣ୍ଟ ନିର୍ମାଣ ପାଇଁ ସ୍ବୀକୃତି ନ ଦେବା ପାଇଁ ଅଞ୍ଚଳବାସୀ ଜିଲାପାଳଙ୍କୁ ନିବେଦନ କରିଛନ୍ତି।

ପ୍ରକାଶ ଯେ, ଲେବିଡ଼ି ପଞ୍ଚାୟତର ଭାତବିଡ଼ା, ଚେପଟିବାହାଲ ନିକଟରେ ଏକ ଇଥାନଲ ପ୍ଲାଣ୍ଟ ନିର୍ମାଣାଧୀନ ରହିଛି। ପ୍ଲାଣ୍ଟ ଯେଉଁଠାରେ ନିର୍ମାଣ କରାଯାଉଛି, ସେହି ସ୍ଥାନ ନିକଟରେ ଏସ୍‌. ଡୁମ୍ବେରପାଲି, ବନବାସପାଲି, ନୂଆପାଲି, ଛତାପଥର, ପିପିଲିପାଲି, ସୋର୍ଣ୍ଣାପାଲି, ସାଲେପାଲି, ଭାତବିଡ଼ା, ଲେବିଡ଼ି, ଚେପଟିବାହାଲ, କୁଲିତାଡ଼ିହି ଆଦି ଗ୍ରାମ ଅବସ୍ଥିତ।

ପ୍ଲାଣ୍ଟ ନିର୍ମାଣଧୀନ ସ୍ଥାନ ଉପରୋକ୍ତ ଗ୍ରାମଗୁଡ଼ିକରୁ ମାତ୍ର ଅଧ କି.ମିରୁ ୨କି.ମି ଦୂରତା ମଧ୍ୟରେ ରହିଛି। ଜନବସତି ଅଞ୍ଚଳରେ ପ୍ଲାଣ୍ଟ ନିର୍ମାଣ କରାଯାଉଥିବା ଯୋଗୁ ପ୍ଲାଣ୍ଟର କୁପ୍ରଭାବ ସ୍ଥାନୀୟ ଲୋକଙ୍କ ଉପରେ ପଡ଼ିବ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ସେହିପରି ଉକ୍ତ ଇଥାନଲ ପ୍ଲାଣ୍ଟ ନିର୍ମାଣ ପୂର୍ବରୁ ଅଞ୍ଚଳବାସୀଙ୍କୁ ନେଇ କୌଣସି ଜନଶୁଣାଣି ହୋଇ ନ ଥିବା ଗ୍ରାମବାସୀ କହିଛନ୍ତି । ବିନା ଜନଶୁଣାଣି ଏବଂ ଉଭୟ ଏସ. ଡୁମ୍ବେରପାଲି, ଲେବିଡ଼ି ପଞ୍ଚାୟତବାସୀଙ୍କ ମତାମତ ନ ନେଇ ସେଠାରେ ପ୍ଲାଣ୍ଟ ନିର୍ମାଣ କରାଯାଉଛି। ଫଳରେ ସମ୍ପୃକ୍ତ ଜାଗାରେ ଇଥାନଲ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ବନ୍ଦ କରିବା ଦିଗରେ ପଦକ୍ଷେପ ନେବା ପାଇଁ ଅଞ୍ଚଳବାସୀ ଜିଲାପାଳଙ୍କୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri