ବ୍ଲାଷ୍ଟିଂ କରି ମାଛ ଧରିବାକୁ ବିରୋଧ

ସୋନପୁର,୨।୧୧(ନି.ପ୍ର.): ମହାନଦୀରୁ ମାଛ, ଚିଙ୍ଗୁଡି ଧରିବା ପାଇଁ ଚାଲିଛି ବେଆଇନ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ। ମୁଷ୍ଟିମେୟ ଅଣପାରମ୍ପରିକ ମତ୍ସ୍ୟଜୀବୀ ସୁବିଧାରେ ମାଛ ଧରିବା ପାଇଁ ନଦୀଗର୍ଭରେ ଡିନାମାଇଟ୍‌ ଫୁଟାଉଛନ୍ତି। ବିସ୍ଫୋରଣ ଯୋଗୁ ମାଛ ମରି ପାଣିରେ ଭାସୁଛନ୍ତି। ସେହିପରି ଚିଙ୍ଗୁଡି ଧରିବା ପାଇଁ ବିଷାକ୍ତ କୀଟନାଶକ ପ୍ରୟୋଗ କରାଯାଉଛି। ମାଛ, ଚିଙ୍ଗୁଡି ମରି ପାଣିରେ ଭାସିବା ପରେ ଅଣପାରମ୍ପରିକ ମତ୍ସ୍ୟଜୀବୀ ଏଗୁଡିକୁ ବଜାରରେ ବିକ୍ରି କରୁଛନ୍ତି। ତେବେ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ ଦ୍ୱାରା ମାଛ ବଂଶ ଲୋପ ପାଇ ଯାଉଛନ୍ତି। ଫଳରେ ମହାନଦୀ କୂଳରେ ବସବାସ କରି ପାରମ୍ପରିକ କୌଶଳରେ ମାଛ ମାରୁଥିବା କୈବର୍ତ୍ତ୍ୟମାନେ ଆଗଭଳି ମାଛ ପାଉନାହାନ୍ତି। ସେମାନଙ୍କ ଜୀବିକା ଏବେ ସଙ୍କଟରେ। ମାଛ ଧରି ଜୀବିକା ନିର୍ବାହ କରୁଥିବା ଶତାଧିକ ମତ୍ସ୍ୟଜୀବୀଙ୍କ ଜାଲ ଓ ଡଙ୍ଗା ଏବେ ଅଦରକାରୀ ହୋଇପଡିଛି।
ସୋନପୁର ସହରର ଟିକିରିପଡା, ତଲପଡା, ତରିଆପଡା ଓ ସଡକପଡାରେ ବସବାସ କରୁଥିବା ୧୫୦ ମତ୍ସ୍ୟଜୀବୀ ପରିବାର କର୍ମସଂସ୍ଥାନ ହରାଇ ଏବେ ଚିନ୍ତାରେ ଅଛନ୍ତି। ଚଳିତ ବର୍ଷ ବର୍ଷାଋତୁ ପରେ ପ୍ରଥମ ଥର ପାଇଁ ମହାନଦୀରେ ଜଳସ୍ତର ସାମାନ୍ୟ କମିଛି। ଏହି ସୁଯୋଗରେ ଅକ୍ଟୋବର ୨୦ତାରିଖଠାରୁ ନଦୀଗର୍ଭରେ ପୁଣି ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ ବୃଦ୍ଧି ପାଇଛି। ଏହାକୁ କେନ୍ଦ୍ର କରି ମତ୍ସ୍ୟଜୀବୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ପାରମ୍ପରିକ ମତ୍ସ୍ୟଜୀବୀଙ୍କ ଦ୍ୱାରା ଗଠିତ ମହାନଦୀ ସୁରକ୍ଷା କମିଟି ପକ୍ଷରୁ ଏଭଳି ବେଆଇନ୍‌ ଭାବେ ମାଛ ମାରିବାକୁ ବିରୋଧ କରାଯାଇଛି । ମଙ୍ଗଳବାର କମିଟିର କର୍ମକର୍ତ୍ତା ଏସ୍‌ପି ଅମରେଶ କୁମାର ପଣ୍ଡାଙ୍କୁ ଭେଟି ଏ ସମ୍ପର୍କରେ ଏକ ସ୍ମାରକପତ୍ର ପ୍ରଦାନ କରିବା ସହ ବେଆଇନଭାବେ ମାଛ ମରା ବନ୍ଦ କରିବା ପାଇଁ ଅନୁରୋଧ କରିଛନ୍ତି। ଏସ୍‌ପି ପଣ୍ଡା ନଦୀକୂଳରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥା ସହ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଞ୍ଚ କର୍ମକର୍ତ୍ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ମଞ୍ଚ ସଦସ୍ୟ ତଥା କାଉନସିଲର ଗଙ୍ଗାଧର ତରିଆ, ବାବୁଲି ଦଣ୍ଡସେନା, ବୁଢା ନାଏକ, ଦେବେନ୍ଦ୍ର ନାଥ ପାଣ୍ଡେ, ରାମେଶ୍ୱର ତରିଆ, ଗୋପିନାଥ ମଲ୍ଲିକ, ହୃଷିକେଶ ତରିଆ, ସୁଦାମ ନାଏକ ଓ ଅଜୟ କୁମାର ସେଠୀ ପ୍ରମୁଖ ଏସ୍‌ପିଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri