ଚୁଡ଼ା,ମୁଢ଼ି ଉପରେ ଜିଏସଟିକୁ ବିରୋଧ, ଗ୍ରାହକଙ୍କ ଉପରେ ପ୍ରଭାବ ପଡ଼ିବ ନାହିଁ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଓଡ଼ିଶାର ଲୋକେ ଚୁଡ଼ା, ମୁଢ଼ିକୁ ସକାଳେ ସନ୍ଧ୍ୟାରେ ଜଳଖିଆ ଭାବେ ବ୍ୟବହାର କରନ୍ତି। ତେଣୁ ସେସବୁରେ ଜିଏସ୍‌ଟି ଲାଗିବା ପ୍ରସଙ୍ଗ ସୋମବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା । ଏହାକୁ ଗୁରୁତ୍ୱର ସହ ନେଇ ତୁରନ୍ତ ଜିଏସ୍‌ଟି ହଟାଇବାକୁ କଂଗ୍ରେସ ଦାବି କରିଛି। ଏ ନେଇ ବିଧାୟକ ତାର ପ୍ରସାଦ ବାହିନୀପତି କହିଛନ୍ତି, ଏହା ଗରିବଙ୍କ ପେଟରେ ଲାତ। ଏହା ଉପରେ କମିଟି ହେଉ। ଜିଏସ୍‌ଟି କମିଶନ ଓ ପ୍ରଧାନମନ୍ତ୍ରୀଙ୍କୁ କମିଟି ଭେଟୁ।
ଅନ୍ୟପକ୍ଷେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯଦି କେନ୍ଦ୍ର ସରକାର ଏହାଉପରେ ଜିଏସ୍‌ଟି ଲଗାଉଛନ୍ତି ତେବେ ରାଜ୍ୟ ସରକାର ଏହାକୁ ଓଡ଼ିଶାରେ ନଲଗାନ୍ତୁ। ଯଦି ରାଜ୍ୟ ସରକାର ଲାଗୁ କରିବେ ତେବେ ନିଜ ତାହାରୁ ବହନ କରନ୍ତୁ ବୋଲି ସୁର ଦାବି କରିଛନ୍ତି। ଏହାକୁ ପ୍ରତ୍ୟାହାର କରାଯାଉ ବୋଲି ବିଧାୟକ ସନ୍ତୋଷ ସିଂ ସାଲୁଜା ମଧ୍ୟ ଦାବି କରିଛନ୍ତି।
ଏତଦ ବ୍ୟତୀତ ବିଜେଡି ବିଧାୟକ ଅମର ଶତପଥୀ ମଧ୍ୟ ଚୁଡ଼ା, ମୁଢ଼ି, ଉଖୁଡା ଓ ଦହି ଭଳି ସାମଗ୍ରୀରେ ଜିଏସ୍‌ଟ ଲଗାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବିଷୟ ବୋଲି କହିଛନ୍ତି। ଏସବୁ ଖାଦ୍ୟ ପଦାର୍ଥରୁ ଜିଏସ୍‌ଟି ହଟାଇବାକୁ ଦାବି କରିବା ସହ ଗୃହରେ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ ବୋଲି ଦାବି କରିଥିଲେ। ଏହାର ଉତ୍ତରରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ଜିଏସ୍‌ଟି ଉପରେ ରାଜ୍ୟ ସରକାର କିଛି କରିପାରିବେ ନାହିଁ। ଏହି ଜିଏସ୍‌ଟି କେବଳ କମ୍ପାନୀମାନଙ୍କରେ ହେଉଥିବା ପ୍ୟାକେଟ୍‌ ଉପରେ ଲାଗୁହେବ। ଗ୍ରାମାଞ୍ଚଳରେ ବିକ୍ରି ହେଉଥିବା ଖୁଚୁରା ବ୍ୟବସାୟୀ କିମ୍ବା ଗ୍ରାହକଙ୍କ ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri