ଇଡ୍‌କୋ ଜମି ଅଧିଗ୍ରହଣକୁ ବିରୋଧ

ଝାରସୁଗୁଡା ଅଫିସ୍‌,୧୭ା୧: ଲଖନପୁର ତହସିଲ ପିପିଲିମାଲ ଆର୍‌ଆଇ ସର୍କଲ ଅଧୀନ ୧,୦୫୮ଏକର ସରକାରୀ ଜମିକୁ ଇଡ୍‌କୋ ରାଜସ୍ବ ବିଭାଗ ମାଧ୍ୟମରେ ଅଧିଗ୍ରହଣ କରିବାପାଇଁ ପ୍ରୟାସ ଆରମ୍ଭ କରିଛି। ଏଥିମଧ୍ୟରେ ଜଙ୍ଗଲ, ପତିତ, ଗୋଚର ଆଦି କିସମର ଜମି ରହିଛି। ଏହିସବୁ ଜମିକୁ ସ୍ଥାନୀୟ ଲୋକେ ପୂର୍ବପୁରୁଷରୁ ଦଖଲ କରି ବ୍ୟବହାର କରିଆସୁଛନ୍ତି। ରାଜସ୍ବ ବିଭାଗ ତରଫରୁ ଦଖଲରେ ଥିବା ପ୍ରଜାଙ୍କୁ ନୋଟିସ୍‌ ଜାରି ହୋଇଛି। ଏ ସମ୍ପର୍କରେ କାହାର କୌଣସି ଅଭିଯୋଗ ଥିଲେ ସମୟସୀମା ମଧ୍ୟରେ ଲଖନପୁର ତହସିଲଦାରଙ୍କ କୋର୍ଟରେ ଅଭିଯୋଗ କରିପାରିବେ। ଏହି ନିର୍ଦ୍ଦେଶବଳରେ ପ୍ରଜାମାନେ ଲଖନପୁର ତହସିଲ୍‌ କୋର୍ଟରେ ହାଜର ହୋଇ ଜମି ନ ଛାଡିବା ପାଇଁ ଲିଖିତ ଭାବେ ଜଣାଇଥିଲେ। ଏହାକୁ ଜିଲା ପ୍ରଶାସନ ବିଚାରକୁ ନ ନେଇ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରଖିଛନ୍ତି। ଏହା ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ବଞ୍ଜାରୀ କ୍ରିୟାନୁଷ୍ଠାନ କମିଟି ତରଫରୁ ସୋମବାର ବଞ୍ଜାରୀ କଲ୍ୟାଣ ମଣ୍ଡପରେ ଗୋପିନାଥ ମାଝିଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଖଲରେ ଥିବା ସରକାରୀ ଜମି ନ ଛାଡିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ଜିଲା ପ୍ରଶାସନ ଜୋରଜବରଦସ୍ତ କଲେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇ ଉଚିତ ଜବାବ ଦେବେ ବୋଲି କୁହାଯାଇଛି। ବୈଠକରେ ସାମାଜିକ କର୍ମୀ ବିରଞ୍ଚତ୍ ସାହୁ, ନାଏବ ସରପଞ୍ଚ ବିରଞ୍ଚତ୍ କରାଳୀ, କୃଷ୍ଣଚନ୍ଦ୍ର ଭୋଇ, ମଧୁସୂଦନ ଛତ୍ରିଆ, କୈଳାସ ମାଝି, ହୃଦାନନ୍ଦ ଭୋଇ, ଦେବାନନ୍ଦ କରାଲୀ, ତରୁଣ କିଷାନ, ଲଳିତ ଦୀପ୍‌, ଶଙ୍କର୍ଷଣ ମହାନନ୍ଦ, ରମଣ ସାହୁ, ବିନୋଦ ମାଝି, ଧନଞ୍ଜୟ ଭୋଇ ପ୍ରମୁଖ ଉପସ୍ଥିତଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri