ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧିକୁ ବିରୋଧ

ତାଳଚେର,୩୦।୧୧(ନି.ପ୍ର.): ତାଳଚେର ପୌର ପରିଷଦ ପକ୍ଷରୁ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି କରାଯିବାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି ପୌରାଞ୍ଚଳବାସୀ। ଏହି ଟ୍ୟାକ୍ସ ଆଦାୟ କ୍ଷେତ୍ରରେ ମ୍ୟୁନିସିପାଲ ଆକ୍ଟକୁ ଖିଲାପ କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ତାଳଚେର ନାଗରିକ ମଞ୍ଚ ପକ୍ଷରୁ ମଙ୍ଗଳବାର ସାଧାରଣ ସମ୍ପାଦକ ଦେବରଞ୍ଜନ ସାମଲଙ୍କ ନେତୃତ୍ୱରେ ଏକ ୧୨ ଜଣିଆ ଟିମ୍‌ ନଗରପାଳ ଓ ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।
ପୌରାଞ୍ଚଳବାସୀଙ୍କ କହିବା ଅନୁଯାୟୀ, ପୂର୍ବାପେକ୍ଷା ବହୁ ଅଧିକ ଅର୍ଥ ଟିକସ ଦେବାକୁ କୁହାଯାଉଛି। ଏଭଳି ଟିକସ ବୃଦ୍ଧି ପ୍ରସ୍ତାବ ଉପରେ କେବେ ଓ କେଉଁଠି ଜନଶୁଣାଣି କରାଗଲା ତାହା କାହାକୁ ଜଣାନାହିଁ। ତେବେ ଆଲୋଚନା ସମୟରେ ନଗରପାଳ ପବିତ୍ର ଭୂତିଆ ମଧ୍ୟ ଟ୍ୟାକ୍ସ ବୃଦ୍ଧିକୁ ବିରୋଧ କରିଥିଲେ। ବାରମ୍ବାର କାଉନସିଲରେ ମନା କରାଯାଇଥିଲେ ମଧ୍ୟ ପ୍ରଶାସନ ଏହାକୁ ଖାତିର କରୁନାହିଁ। ତୁରନ୍ତ ଜିଲା ପ୍ରଶାସନ ଏଥିରୁ ନିବୃତ୍ତ ନ ହେଲେ ଲୋକଙ୍କ ସହ ମିଶି ସେ ରାସ୍ତାକୁ ଓହ୍ଲାଇବେ ବୋଲି ପ୍ରକାଶ କରିଥିଲେ। ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ
କହିଥିଲେ, ଆଇନ ସମ୍ମତ ଉପାୟରେ ହୋଲ୍ଡିଂ ଟିକସ ବୃଦ୍ଧି କରାଯାଇଛି। ଯଦି କୌଣସି ଲୋକଙ୍କ କିଛି ଅଭିଯୋଗ ଅଛି, ତେବେ ପୁନର୍ବିଚାର କରାଯିବ। ଏହି ଆଲୋଚନାରେ ଉପସଭାପତି ରଞ୍ଜିତ କୁମାର ମହାପାତ୍ର, ସହ ସମ୍ପାଦକ ଦୁର୍ଗା ଚରଣ ସାହୁ, ତୁଷାରକାନ୍ତ ପ୍ରଧାନ, ବିଭୂତି ଭୂଷଣ ମହାନ୍ତି, ଉପଦେଷ୍ଟା କେଶବ ଭୂତିଆ, ରଶ୍ମି ରଞ୍ଜନ ମିଶ୍ରଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri