ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧିକୁ ବିରୋଧ

ତାଳଚେର,୩୦।୧୧(ନି.ପ୍ର.): ତାଳଚେର ପୌର ପରିଷଦ ପକ୍ଷରୁ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି କରାଯିବାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି ପୌରାଞ୍ଚଳବାସୀ। ଏହି ଟ୍ୟାକ୍ସ ଆଦାୟ କ୍ଷେତ୍ରରେ ମ୍ୟୁନିସିପାଲ ଆକ୍ଟକୁ ଖିଲାପ କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ତାଳଚେର ନାଗରିକ ମଞ୍ଚ ପକ୍ଷରୁ ମଙ୍ଗଳବାର ସାଧାରଣ ସମ୍ପାଦକ ଦେବରଞ୍ଜନ ସାମଲଙ୍କ ନେତୃତ୍ୱରେ ଏକ ୧୨ ଜଣିଆ ଟିମ୍‌ ନଗରପାଳ ଓ ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।
ପୌରାଞ୍ଚଳବାସୀଙ୍କ କହିବା ଅନୁଯାୟୀ, ପୂର୍ବାପେକ୍ଷା ବହୁ ଅଧିକ ଅର୍ଥ ଟିକସ ଦେବାକୁ କୁହାଯାଉଛି। ଏଭଳି ଟିକସ ବୃଦ୍ଧି ପ୍ରସ୍ତାବ ଉପରେ କେବେ ଓ କେଉଁଠି ଜନଶୁଣାଣି କରାଗଲା ତାହା କାହାକୁ ଜଣାନାହିଁ। ତେବେ ଆଲୋଚନା ସମୟରେ ନଗରପାଳ ପବିତ୍ର ଭୂତିଆ ମଧ୍ୟ ଟ୍ୟାକ୍ସ ବୃଦ୍ଧିକୁ ବିରୋଧ କରିଥିଲେ। ବାରମ୍ବାର କାଉନସିଲରେ ମନା କରାଯାଇଥିଲେ ମଧ୍ୟ ପ୍ରଶାସନ ଏହାକୁ ଖାତିର କରୁନାହିଁ। ତୁରନ୍ତ ଜିଲା ପ୍ରଶାସନ ଏଥିରୁ ନିବୃତ୍ତ ନ ହେଲେ ଲୋକଙ୍କ ସହ ମିଶି ସେ ରାସ୍ତାକୁ ଓହ୍ଲାଇବେ ବୋଲି ପ୍ରକାଶ କରିଥିଲେ। ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ
କହିଥିଲେ, ଆଇନ ସମ୍ମତ ଉପାୟରେ ହୋଲ୍ଡିଂ ଟିକସ ବୃଦ୍ଧି କରାଯାଇଛି। ଯଦି କୌଣସି ଲୋକଙ୍କ କିଛି ଅଭିଯୋଗ ଅଛି, ତେବେ ପୁନର୍ବିଚାର କରାଯିବ। ଏହି ଆଲୋଚନାରେ ଉପସଭାପତି ରଞ୍ଜିତ କୁମାର ମହାପାତ୍ର, ସହ ସମ୍ପାଦକ ଦୁର୍ଗା ଚରଣ ସାହୁ, ତୁଷାରକାନ୍ତ ପ୍ରଧାନ, ବିଭୂତି ଭୂଷଣ ମହାନ୍ତି, ଉପଦେଷ୍ଟା କେଶବ ଭୂତିଆ, ରଶ୍ମି ରଞ୍ଜନ ମିଶ୍ରଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri