Posted inଜାତୀୟ

ଆଇପିଏସ୍‌ ଅଧିକାରୀଙ୍କ ଡେପୁଟେଶନକୁ ବିରୋଧ: ମାମଲା ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୧।୩: ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗସ୍ତ ସମୟରେ ହୋଇଥିବା ଆକ୍ରମଣ ଘଟଣାରେ କେନ୍ଦ୍ର ସରକାର ରାଜ୍ୟ କ୍ୟାଡରର ୩ ଆଇପିଏସ୍‌ ଅଧିକାରୀଙ୍କୁ ଡେପୁଟେଶନରେ ପଠାଇବାର ଯୋଜନା କରିଥିଲେ। ଏନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା। ତେବେ ଏହାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ବିରୋଧ କରିବା ସହିତ ଭୋଳାନାଥ ପାଣ୍ଡେ, ପ୍ରବୀଣ ତ୍ରିପାଠି ଏବଂ ରାଜୀବ ମିଶ୍ରା ଆଦି ଆଇପିଏସ୍‌ ଅଧିକାରୀଙ୍କୁ ରିଲିଜ୍‌ କରି ନ ଥିଲେ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ବିରୋଧରେ ପଶ୍ଚିମବଙ୍ଗର ଆଇନଜୀବୀ ଅବୁ ସୋହେଲ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ମାତ୍ର ସୁପ୍ରିମ୍‌କୋର୍ଟ ଏହି ଆବେଦନକୁ ଖାରଜ କରିଛନ୍ତି। ଏହା ଉପରେ ବିଚାର କରିବାକୁ କୋର୍ଟ ମନା ଦେଇଛନ୍ତି। ଫଳରେ ମମତା ଦିଦିଙ୍କୁ ବଡ଼ ଝଟ୍‌କା ଲାଗିଛି। କୌଣସି ରାଜ୍ୟରେ ଆବଣ୍ଟିତ କ୍ୟାଡର ଅନୁସାରେ କାର୍ଯ୍ୟ କରୁଥିବା ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ର ସରକାର ନିଜ ଇଛା ଅନୁସାରେ ଡେପୁଟେଶନରେ ପଠାଇପାରିବେ। ଏଥିରେ ରାଜ୍ୟ ସରକାରଙ୍କ ସହମତି ନ ଥିଲେ ମଧ୍ୟ ଚଳିବ। ଏହା ଇଣ୍ଡିଆନ୍‌ ପୋଲିସ ସର୍ଭିସ୍‌ କ୍ୟାଡର ରୁଲସ୍‌-୧୯୫୪ର ନିୟମ-୬(୧)ରେ ଉଲ୍ଲେଖ କରାଯାଇଛି। ଏହାକୁ ବିଚାରପତି ଏଲ୍‌.ନାଗେଶ୍ୱର ରାଓ ଏବଂ ଏସ୍‌. ରବୀନ୍ଦ୍ର ଭାଟ୍‌ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଦୋହରାଇଛନ୍ତି। କ୍ୟାଡର ରୁଲସ୍‌ରେ କେନ୍ଦ୍ର ସରକାରଙ୍କ ନିଷ୍ପତିକୁ ପ୍ରାଥମିକତା ପ୍ରଦାନ କରାଯାଇଛି। ଆଇପିଏସ୍‌ ଅଧିକାରୀଙ୍କ ନିଯୁକ୍ତି କେନ୍ଦ୍ର ସରକାର କରିଥାନ୍ତି। ଏହାପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅଧିକାରୀଙ୍କ କ୍ୟାଡର ଆବଣ୍ଟନ କରାଯାଇଥାଏ। ମାତ୍ର ଆବଶ୍ୟକ ସମୟରେ କେନ୍ଦ୍ର ସରକାର ଅଧିକାରୀଙ୍କୁ ନିର୍ଦ୍ଦିଷ୍ଟ ସମୟ ପାଇଁ ଡେପୁଟେଶନ୍‌ରେ ଡକାଇ ପଠାଇଥାନ୍ତି। ଏହାପରେ ସେମାନେ ନିଜ ମୂଳ କ୍ୟାଡରକୁ ଫେରି ଯାଇଥାନ୍ତି। ଏକ୍ଷେତ୍ରରେ ରାଜ୍ୟ ସରକାରଙ୍କ ସହମତି ଲୋଡା ଯାଇଥାଏ। କିନ୍ତୁ ରାଜ୍ୟ ସରକାର ଅସହମତି ପ୍ରକାଶ କଲେ କେନ୍ଦ୍ର ସରକାରଙ୍କ ନିଷ୍ପତି ଚୂଡାନ୍ତ ହେବ ବୋଲି କ୍ୟାଡର ରୁଲସ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri